Posted inଜାତୀୟ

କୃଷି ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ପାଳିବ ‘କୃଷକ ବିଜୟ ଦିବସ’ ରାଲି ସହ ବାହାରିବ କ୍ୟାଣ୍ଡେଲ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରି ନେଇଛନ୍ତି । ଏହାକୁ ନେଇ କଂଗ୍ରେସ ସାରା ଦେଶରେ ଶନିବାର ‘କୃଷକ ବିଜୟ ଦିବସ’ ପାଳନ କରୁଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ରାଲି ବାହାରିବା ସହ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯିବ । ଏହାସହ ସ୍ଥାନେସ୍ଥାନେ ସଭାର ଆୟୋଜନ ମଧ୍ୟ କରାଯାଇଛି । କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ କରୁଥିବା ସମୟରେ କେତେଜଣ କୃଷକଙ୍କ ମୃତ୍ୟୁ ହୋଇଥିଲା । ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯିବ ବୋଲି କଂଗ୍ରେସ ସଙ୍ଗଠନର ମହାସଚିବ କେସି ଭେନୁଗୋପାଳ କହିଛନ୍ତି । ସୂଚନାଯୋଗ୍ୟ, ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶେଷରେ କୃଷକଙ୍କ ଜିଦ୍ ଆଗରେ ମୁଣ୍ଡ ନୁଆଁଇ ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିନେବାକଥା ଘୋଷଣା କରିଥିଲେ । ଏହାପରେ କୃଷକମାନେ ଖୁସି ହୋଇଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri