ଆଜିଠୁ ପଦଯାତ୍ରାରେ ପ୍ରଚାରପତ୍ର ବାଣ୍ଟିବ କଂଗ୍ରେସ

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର):ଓଡ଼ିଶାର ପ୍ରତି ପଞ୍ଚାୟତରେ କଂଗ୍ରେସ ପଦଯାତ୍ରା କରିବ। ପ୍ରତ୍ୟେକ ଘରକୁ ଯାଇ ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାର ଏବଂ କେନ୍ଦ୍ରରେ ୯ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିବା ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଜନସାଧାରଣଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛି ବୋଲି କହିବ। ଏଥିଲାଗି ଦଳ ପକ୍ଷରୁ ପ୍ରଚାରପତ୍ର ପ୍ରସ୍ତୁତ କରାଯାଇଛି। ଏହି ପ୍ରଚାର ପତ୍ରକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ରବିବାର ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଶରତ କହିଛନ୍ତି।
କଂଗ୍ରେସ ଭବନଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି ଯେ, ୨ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଶାରେ ବିଜେଡି ସରକାର ଶାସନରେ ରହିଛି। ତଥାପି ମଧ୍ୟ ରାଜ୍ୟର ସାମଗ୍ରିକ ସ୍ଥିତି ଅତ୍ୟନ୍ତ ଖରାପ ପରିସ୍ଥିତି ଦେଇ ଗତି କରୁଛି। ରାଜ୍ୟବାସୀଙ୍କୁ ବିଜେଡି ସରକାର ଦେଇ ଆସୁଥିବା ଅନେକ ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଛି। ସେହିପରି ୨୦୧୪ ପରଠାରୁ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଚାଲିଛି। ହେଲେ ୨୦୧୪ ପୂର୍ବରୁ ଏବଂ ଏହାପରେ ସେ ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲେ ତାହା ଗୋଟିଏ ହେଲେ ପାଳନ କରିନାହାନ୍ତି। ଓଲଟି ବିଭିନ୍ନ ଜିନିଷର ଦରଦାମ୍‌ ବହୁ ଗୁଣାରେ ବଢ଼ିଯାଇଛି। ଦେଶବ୍ୟାପୀ କ୍ଷୁଦ୍ର, ମଧ୍ୟମ ଶିଳ୍ପ ସଂସ୍ଥାଗୁଡ଼ିକରେ ତାଲା ପଡ଼ିଗଲାଣି। ଏହିଭଳି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଫଳତା କଥା ରାଜ୍ୟବାସୀଙ୍କ ନିକଟରେ ପହଞ୍ଚାଇବୁ । ଯଦି ସେହି ତଥ୍ୟ ଭୁଲ୍‌ ଥିବ ତାହାଲେ ଉଭୟ ସରକାର ଏହାକୁ ଖଣ୍ଡନ କରିବାର ସତ୍‌ସାହସ ଦେଖାନ୍ତୁ ବୋଲି ଶରତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?