୭୦ ଜଣଙ୍କୁ ଆଗୁଆ ଟିକେଟ ଦେବ କଂଗ୍ରେସ: ଜାଣନ୍ତୁ ବିଧାୟକ ଏମ୍‌ପି ପାଇଁ କେତେଜଣ ପ୍ରାର୍ଥୀ କଲେଣି ଆବେଦନ

ଭୁବନେଶ୍ବର,୨୦।୨: ସାଧାରଣ ନିର୍ବାଚନ ପାଇଁ ଖୁବଶୀଘ୍ର ତାରିଖ ଘୋଷଣା ହୋଇପାରେ। ମାତ୍ର ଏହା ପୂର୍ବରୁ କଂଗ୍ରେସ ନିଜର ଟିକେଟ୍‌ କସରତ ଆରମ୍ଭ କରିଦେଇଛି। ଚଳିତବର୍ଷ ରାଜ୍ୟ କଂଗ୍ରେସ ୭୦ ଆସନରେ ଆଗୁଆ ପ୍ରାର୍ଥୀ ଘୋଷଣା କରିବ। ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରେ ଏହି ଘୋଷଣା ହେବ। ଯାହାଫଳରେ ପ୍ରାର୍ଥୀମାନେ ପ୍ରଚାର ପାଇଁ ଯଥେଷ୍ଟ ସମୟ ପାଇବେ ବୋଲି ଦଳ ଚିନ୍ତା କରୁଛି। ସାଧାରଣ ନିର୍ବାଚନ ନେଇ ମଙ୍ଗଳବାର ପ୍ରଦେଶ ନିର୍ବାଚନ କମିଟି(ପିଇସି)ର ବେଠକ ବସିଥିଲା। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ୨୩ଜଣ ସଦସ୍ୟ ଯୋଗ ଦେଇଥିଲେ।
ଚଳିତବର୍ଷ ଟିକେଟ ବଣ୍ଟନରେ ସ୍ବଚ୍ଛତା ଆଣିବା ଲାଗି କଂଗ୍ରେସ ପକ୍ଷରୁ ‘ପ୍ରଗମନ’ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା।  ଅନ୍‌ଲାଇନ୍‌ ଜରିଆରେ ଯେଉଁ ପ୍ରାର୍ଥୀମାନେ ଆବେଦନ କରିଛନ୍ତି ତାହା ଉପରେ ବୈଠକରେ ଆଲୋଚନା ହୋଇଥିଲା। ଏଥିରେ ବିଧାୟକଙ୍କ ପାଇଁ ୩ ହଜାର ଓ ଏମ୍‌ପି ପାଇଁ ୭ଶହ ପ୍ରାର୍ଥୀ ଆବେଦନ କରିଛନ୍ତି। ‘ପ୍ରଗମନ’ରେ ଆବେଦନ କରିବା ଲାଗି ଯେଉଁସବୁ ସର୍ତ୍ତ ରହିଥିଲା ତାହାକୁ ଯେଉଁ ଆଶାୟୀମାନେ ପୂରଣ କରି ନ ଥିଲେ ସେମାନଙ୍କୁ ପ୍ରାର୍ଥୀ କରାଯିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri