Posted inଜାତୀୟ

ସଖୀକଣ୍ଢେଇ ଅଧ୍ୟକ୍ଷ ହେଲେ କଂଗ୍ରେସ ତିଷ୍ଠିବ ନାହିଁ: ଚଭନ

ନୂଆଦିଲ୍ଲୀ,୨୯।୮ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ରବିବାର ତାରିଖ ଘୋଷଣା ହୋଇଥିବାବେଳେ ଯଦି ଜଣେ ସଖୀକଣ୍ଢେଇକୁ ଅଧ୍ୟକ୍ଷ ପଦରେ ବସାଇ ଦିଆଯାଏ, ତେବେ ଦଳ ତିଷ୍ଠିବ ନାହିଁ ବୋଲି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ପୃଥ୍ବୀରାଜ ଚଭନ ରବିବାର ସତର୍କ କରାଇ ଦେଇଛନ୍ତି। କେବଳ ଅଧ୍ୟକ୍ଷ ନୁହେଁ ସିଡବ୍ଲ୍ୟୁସି ସଦସ୍ୟଙ୍କ ସମେତ ସମସ୍ତ ପଦବୀ ଲାଗି ନିର୍ବାଚନ ହେବା ଆବଶ୍ୟକ ବୋଲି ଜି-୨୩ ଅସନ୍ତୁଷ୍ଟ ଗୋଷ୍ଠୀର ସଦସ୍ୟ ଚଭନ କହିଛନ୍ତି। ପଛଦ୍ୱାର ଦେଇ ଦଳକୁ ପରିଚାଳନା କରିବା ଆଉ ଚଳିବ ନାହିଁ। ସର୍ବପୁରାତନ ଦଳକୁ ରକ୍ଷା କରିବାକୁ ହେଲେ ଜରୁରୀ ପଦକ୍ଷେପ ଆବଶ୍ୟକ ବୋଲି ଚଭନ କହିଛନ୍ତି। ରାହୁଲ ଗାନ୍ଧୀ ଅଧ୍ୟକ୍ଷ ହେବାକୁ ଚାହୁଁ ନ ଥିବାବେଳେ ତାଙ୍କ ଉପରେ ଚାପ ନ ପକାଇ ବିକଳ୍ପ ବ୍ୟବସ୍ଥା କରାଯାଉ ଏବଂ ଭୋଟ ମାଧ୍ୟମରେ ନୂଆ ଅଧ୍ୟକ୍ଷ ନିର୍ବାଚନ କରାଯାଉ ବୋଲି ଅସନ୍ତୁଷ୍ଟ କଂଗ୍ରେସ ନେତା କହିଛନ୍ତି। ଅନ୍ୟପକ୍ଷରେ ରାହୁଲ ଗାନ୍ଧୀ ଖୁବ୍‌ ଶୀଘ୍ର ଦଳ ଅଧ୍ୟକ୍ଷ ହେବେ ବୋଲି ବରିଷ୍ଠ କଂଗ୍ରେସ ନେତା ହରିଶ ରାଓ୍ବତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri