ସୁଯୋଗ ମିଳିଲେ ବି କ୍ଷମତାକୁ ଆସି ପାରିବନି କଂଗ୍ରେସ: ମନମୋହନ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଭାଜପାକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ରାହୁଲ ଟାର୍ଗେଟ କରି କହିଛନ୍ତି, ଆଦାନୀ ପାଇଁ ରଥକୁ ରୋକାଯାଉଛି । ଏହା ଲୋକଙ୍କ ସରକାର ନୁହେଁ, ଏହା ଆଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର। ଓଡ଼ିଶାରେ ୪୦ ହଜାରରୁ ଊଦ୍ଧର୍‌ବ ମହିଳା ଗାଏବ ହୋଇଛନ୍ତି। ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି। ଏହାକୁ ନେଇ ଏବେ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି ମନମୋହନ ସାମଲ। ମନମୋହନ କହିଛନ୍ତି, ଓଡ଼ିଶାରେ କଂଗ୍ରେସର କୌଣସି ସ୍ଥାନ ନାହିଁ ।ସୁଯୋଗ ମିଳିଲେ ବି କଂଗ୍ରେସ କ୍ଷମତାକୁ ଆସି ପାରିବନି। ୧୯ ବର୍ଷ ବିରୋଧୀ ଆସନରେ ବସିବା ପରେ ବି କ୍ଷମତାକୁ ଆସି ପାରିଲେନି। ଆଜି ସେମାନେ ତୃତୀୟରୁ କିପରି ଏକ ନମ୍ବରକୁ ଯିବେ। ଭୁବନେଶ୍ବର ଏମ୍ସ ବାଜପେୟୀ କରିଥିଲେ, ଦିଲ୍ଲୀ ପରେ ଏହା ଥିଲା ୨ୟ ଏମ୍ସ। ମିଥ୍ୟା ଉପରେ କଂଗ୍ରେସ ଦଳ ଆଧାରିତ। ଭ୍ରଷ୍ଟାଚାର, ବ୍ୟଭିଚାର ଯୋଗୁ କଂଗ୍ରେସକୁ କେହି ଗ୍ରହଣ କରୁନାହାନ୍ତି। ଜଗନ୍ନାଥଙ୍କ ରଥ ତାଙ୍କ ଇଚ୍ଛାରେ ଅଟକେ, ଏମାନଙ୍କ ପାଖରେ କିଛି ମୁଦ୍ଦା ନାହିଁ ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri