Posted inଜାତୀୟ

କଠୋର ନିଷ୍ପତ୍ତି ନେବାକୁ ପଛାଇବନି କଂଗ୍ରେସ: ରମେଶ

ଇନ୍ଦୋର,୨୮।୧୧(ପି.ଟି.): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କ ମଧ୍ୟରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ସଂଗଠନକୁ ସୁଦୃଢ଼ କରିବା ଲାଗି ଆବଶ୍ୟକ ହେଲେ କଠୋର ନିଷ୍ପତ୍ତି ନେବାରୁ କଂଗ୍ରେସ ପଛାଇବ ନାହିଁ ବୋଲି ବରିଷ୍ଠ ନେତା ଜୟରାମ ରମେଶ ରବିବାର କହିଛନ୍ତି। ରାଜସ୍ଥାନରେ କଂଗ୍ରେସ ପାଇଁ ସଂଗଠନ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ଇନ୍ଦୋରରେ ଭାରତ ଯୋଡ଼ୋ ଯାତ୍ରା ଅବସରରେ ଦଳର ସାଧାରଣ ସମ୍ପାଦକ ରମେଶ କହିଛନ୍ତି। ସୂଚନାଯୋଗ୍ୟ, ପାଇଲଟ୍‌ ଜଣେ ଗଦ୍ଦାର ଏବଂ ତାଙ୍କୁ କଦାପି ମୁଖ୍ୟମନ୍ତ୍ରୀ କରାଇ ଦିଆଯିବ ନାହିଁ ବୋଲି ଗେହଲଟ୍‌ ଗତ ଗୁରୁବାର ଏକ ଟିଭି ଚ୍ୟାନେଲ୍‌କୁ କହିଥିଲେ। ଏହାକୁ ନେଇ ପାଇଲଟ୍‌ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ। ତେବେ ପରସ୍ପରକୁ କାଦୁଅଫିଙ୍ଗାରୁ କୌଣସି ଫାଇଦା ମିଳିବ ନାହିଁ। ଆସନ୍ତା ମାସରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ରାଜସ୍ଥାନରେ ପ୍ରବେଶ କରିବାକୁ ଥିବାବେଳେ ଦୁଇ ନେତାଙ୍କ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି। ରାଜସ୍ଥାନ ଘଟଣାରେ ସଂଗଠନକୁ ସୁଦୃଢ଼ କରିବା ଭଳି ସମାଧାନ ପଦକ୍ଷେପ ନିଆଯିବ ବୋଲି ରମେଶ ଗଣମାଧ୍ୟମକୁ କହିଛନ୍ତି। ଏଥିପାଇଁ କଠୋର ନିଷ୍ପତ୍ତି ନେବାକୁ ପଡ଼ିଲେ ବି ଦଳ ପଛାଇବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?