Posted inଜାତୀୟ

କଠୋର ନିଷ୍ପତ୍ତି ନେବାକୁ ପଛାଇବନି କଂଗ୍ରେସ: ରମେଶ

ଇନ୍ଦୋର,୨୮।୧୧(ପି.ଟି.): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କ ମଧ୍ୟରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ସଂଗଠନକୁ ସୁଦୃଢ଼ କରିବା ଲାଗି ଆବଶ୍ୟକ ହେଲେ କଠୋର ନିଷ୍ପତ୍ତି ନେବାରୁ କଂଗ୍ରେସ ପଛାଇବ ନାହିଁ ବୋଲି ବରିଷ୍ଠ ନେତା ଜୟରାମ ରମେଶ ରବିବାର କହିଛନ୍ତି। ରାଜସ୍ଥାନରେ କଂଗ୍ରେସ ପାଇଁ ସଂଗଠନ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ଇନ୍ଦୋରରେ ଭାରତ ଯୋଡ଼ୋ ଯାତ୍ରା ଅବସରରେ ଦଳର ସାଧାରଣ ସମ୍ପାଦକ ରମେଶ କହିଛନ୍ତି। ସୂଚନାଯୋଗ୍ୟ, ପାଇଲଟ୍‌ ଜଣେ ଗଦ୍ଦାର ଏବଂ ତାଙ୍କୁ କଦାପି ମୁଖ୍ୟମନ୍ତ୍ରୀ କରାଇ ଦିଆଯିବ ନାହିଁ ବୋଲି ଗେହଲଟ୍‌ ଗତ ଗୁରୁବାର ଏକ ଟିଭି ଚ୍ୟାନେଲ୍‌କୁ କହିଥିଲେ। ଏହାକୁ ନେଇ ପାଇଲଟ୍‌ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ। ତେବେ ପରସ୍ପରକୁ କାଦୁଅଫିଙ୍ଗାରୁ କୌଣସି ଫାଇଦା ମିଳିବ ନାହିଁ। ଆସନ୍ତା ମାସରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ରାଜସ୍ଥାନରେ ପ୍ରବେଶ କରିବାକୁ ଥିବାବେଳେ ଦୁଇ ନେତାଙ୍କ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି। ରାଜସ୍ଥାନ ଘଟଣାରେ ସଂଗଠନକୁ ସୁଦୃଢ଼ କରିବା ଭଳି ସମାଧାନ ପଦକ୍ଷେପ ନିଆଯିବ ବୋଲି ରମେଶ ଗଣମାଧ୍ୟମକୁ କହିଛନ୍ତି। ଏଥିପାଇଁ କଠୋର ନିଷ୍ପତ୍ତି ନେବାକୁ ପଡ଼ିଲେ ବି ଦଳ ପଛାଇବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri