Posted inଜାତୀୟ

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ଦେବନି କଂଗ୍ରେସ,ଚର୍ଚ୍ଚା ଜାରି…

କୋଲକାତା,୬।୯: ଭବାନୀପୁର ବିଧାନସଭା ଆସନ ପାଇଁ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିପକ୍ଷରେ କୌଣସି ପ୍ରାର୍ଥୀ ଦିଆଯିବ ନାହିଁ ବୋଲି କୁହାଯାଉଛି। ଏନେଇ ରାଜ୍ୟରେ ଜୋର ସୋର୍‌ରେ ଚର୍ଚ୍ଚା ଆରମ୍ଭ ହୋଇଛି।

ତେବେ ଏନେଇ ରାଜ୍ୟ କଂଗ୍ରେସ ଅବା କେନ୍ଦ୍ରୀୟସ୍ତରରୁ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ। ଭାଜପା ପକ୍ଷରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ମଧ୍ୟରେ ଅଭିନେତା-ରାଜନେତା ରୁଦ୍ରନିଲ ଘୋଷ, ପୂର୍ବତନ ରାଜ୍ୟପାଳ ତଥାଗତ ରାୟ, ପୂର୍ବତନ ଟିଏମସି ଏମ୍‌ପି ଦୀନେଶ ତ୍ରିବେଦୀ ଏବଂ ଡ. ଅନିର୍ବାଣ ଗାଙ୍ଗୁଲି ଅଛନ୍ତି।

୨୦୧୧ ଏବଂ ୨୦୧୬ ବିଧାନସଭା ନିର୍ବାଚନରେ ଭବାନୀପୁରରୁ ମମତା ବାନାର୍ଜୀ ଜିତିଥିଲେ। ଭବାନୀପୁର, ଶମଶେରଗଞ୍ଜ ଏବଂ ଜାଙ୍ଗିପୁର ଆସନରେ ଉପ ନିର୍ବାଚନ ପାଇଁ ମମତାଙ୍କ ତୃଣମୂଳ କଂଗ୍ରେସ ପକ୍ଷରୁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଭବାନୀପୁରରୁ ମମତା ଲଢ଼ିବେ। ଏଥି ସହ ଜାଙ୍ଗିପୁରରୁ ଜାକିର ହୁସେନ ଏବଂ ଶାମଶେରଗଞ୍ଜରୁ ଅମିରୁଲ ଇସଲାମ ପ୍ରତିଦ୍ୱନ୍ଦ୍ୱିତା କରିବେ।

ନିର୍ବାଚନ ଆୟୋଗଙ୍କ ଅନୁଯାୟୀ ୩୦ ସେପ୍ଟେମ୍ବରରେ ପଶ୍ଚିମବଙ୍ଗରେ ଉପ ନିର୍ବାଚନ ପାଇଁ ମତଦାନ ହେବ। ୩ ଅକ୍ଟୋବରରେ ଭୋଟ ଗଣତି ହେବ। ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ଏହି ୩ଟି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରାଯିବ। ୧୬ ସେପ୍ଟେମ୍ବର ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri