Posted inଜାତୀୟ

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ଦେବନି କଂଗ୍ରେସ,ଚର୍ଚ୍ଚା ଜାରି…

କୋଲକାତା,୬।୯: ଭବାନୀପୁର ବିଧାନସଭା ଆସନ ପାଇଁ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିପକ୍ଷରେ କୌଣସି ପ୍ରାର୍ଥୀ ଦିଆଯିବ ନାହିଁ ବୋଲି କୁହାଯାଉଛି। ଏନେଇ ରାଜ୍ୟରେ ଜୋର ସୋର୍‌ରେ ଚର୍ଚ୍ଚା ଆରମ୍ଭ ହୋଇଛି।

ତେବେ ଏନେଇ ରାଜ୍ୟ କଂଗ୍ରେସ ଅବା କେନ୍ଦ୍ରୀୟସ୍ତରରୁ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ। ଭାଜପା ପକ୍ଷରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ମଧ୍ୟରେ ଅଭିନେତା-ରାଜନେତା ରୁଦ୍ରନିଲ ଘୋଷ, ପୂର୍ବତନ ରାଜ୍ୟପାଳ ତଥାଗତ ରାୟ, ପୂର୍ବତନ ଟିଏମସି ଏମ୍‌ପି ଦୀନେଶ ତ୍ରିବେଦୀ ଏବଂ ଡ. ଅନିର୍ବାଣ ଗାଙ୍ଗୁଲି ଅଛନ୍ତି।

୨୦୧୧ ଏବଂ ୨୦୧୬ ବିଧାନସଭା ନିର୍ବାଚନରେ ଭବାନୀପୁରରୁ ମମତା ବାନାର୍ଜୀ ଜିତିଥିଲେ। ଭବାନୀପୁର, ଶମଶେରଗଞ୍ଜ ଏବଂ ଜାଙ୍ଗିପୁର ଆସନରେ ଉପ ନିର୍ବାଚନ ପାଇଁ ମମତାଙ୍କ ତୃଣମୂଳ କଂଗ୍ରେସ ପକ୍ଷରୁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଭବାନୀପୁରରୁ ମମତା ଲଢ଼ିବେ। ଏଥି ସହ ଜାଙ୍ଗିପୁରରୁ ଜାକିର ହୁସେନ ଏବଂ ଶାମଶେରଗଞ୍ଜରୁ ଅମିରୁଲ ଇସଲାମ ପ୍ରତିଦ୍ୱନ୍ଦ୍ୱିତା କରିବେ।

ନିର୍ବାଚନ ଆୟୋଗଙ୍କ ଅନୁଯାୟୀ ୩୦ ସେପ୍ଟେମ୍ବରରେ ପଶ୍ଚିମବଙ୍ଗରେ ଉପ ନିର୍ବାଚନ ପାଇଁ ମତଦାନ ହେବ। ୩ ଅକ୍ଟୋବରରେ ଭୋଟ ଗଣତି ହେବ। ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ଏହି ୩ଟି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରାଯିବ। ୧୬ ସେପ୍ଟେମ୍ବର ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri