Posted inଜାତୀୟ

‘ଗାନ୍ଧୀ ପରିବାର ହାତରୁ ମୁକ୍ତ ହେଲେ ହିଁ କଂଗ୍ରେସର ଉନ୍ନତି ହେବ’

ନୂଆଦିଲ୍ଲୀ,୧୦ା୮- କଂଗ୍ରେସକୁ ଗାନ୍ଧୀ ପରିବାର ପଞ୍ଝାରୁ ମୁକ୍ତ କରିବାକୁ ପଡ଼ିବ। ନହେଲେ ଦଳକୁ ସୁଦୃଢ଼ କରିବା ଅସମ୍ଭବ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କପିଲ ସିବଲଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ସୋମବାର ରାତିରେ ଆୟୋଜିତ ନୈଶଭୋଜିରେ ଯୋଗ ଦେଇ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି ଅକାଳୀ ଦଳର ନରେଶ ଗୁଜରାଲ। ସେହିଭଳି ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ମୁଖ୍ୟ ଲାଲୁ ପ୍ରସାଦ କହିଛନ୍ତି, ୨୦୨୪ରେ ମୋଦିଙ୍କୁ କ୍ଷମତାଚ୍ୟୁତ କରିବାକୁ ହେଲେ ବିରୋଧୀ ଦଳମାନଙ୍କୁ ଏକତ୍ରିତ ହେବାକୁ ପଡ଼ିବ।

ସିବଲଙ୍କ ଜନ୍ମଦିନ ପାଳନ ପାଇଁ ଆୟୋଜିତ ରାତ୍ରିଭୋଜନ ପାଲଟିଯାଇଥିଲା କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧୀ ମେଳି। ଏହି ପାର୍ଟିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କିମ୍ବା ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉପସ୍ଥିତ ନ ଥିଲେ। ଏଥିରେ ସାମିଲ ହୋଇଥିବା ବରିଷ୍ଠ ନେତାଙ୍କ ମଧ୍ୟରେ ଥିଲେ ପି. ଚିଦାମ୍ବରମ୍‌, ଶଶୀ ଥରୁର ଓ ଆନନ୍ଦ ଶର୍ମା। ଏହି ୩ ନେତା କଂଗ୍ରେସର ଭବିଷ୍ୟତ ନେଇ ଦଳ ଭିତରେ ପ୍ରଶ୍ନ ଉଠାଇ ଆସୁଛନ୍ତି। ଏମାନଙ୍କ ବ୍ୟତୀତ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର, ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ, ଶିବସେନାର ସଞ୍ଜୟ ରାଉତ, ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ଡେରେକ୍‌ ଓ’ବ୍ରାଏନ୍‌ ଏବଂ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri