Posted inରାଜ୍ୟ

ଆଜି ଇଡି କାର୍ଯ୍ୟାଳୟ ବାହାରେ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ବର, ୨୧ା୭(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଗୁରୁବାର ଇଡିରେ ହାଜର ହେବା ସକାଶେ ନୋଟିସ୍‌ ଜାରି କରାଯାଇଛି। ଏହାକୁ ଦେଶବ୍ୟାପୀ ବିରୋଧ କରି କଂଗ୍ରେସ କର୍ମୀମାନେ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ଯୋଜନା କରିଛନ୍ତି। ସେହିକ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ମଧ୍ୟ ଇଡି ଅଫିସ ଘେରାଉ ସକାଶେ ଯୋଜନା କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ପୂର୍ବାହ୍ନ ୧୧ଟା ସମୟରେ କଂଗ୍ରେସ ଭବନରୁ ବାହାରି ରାଜମହଲ ଛକଠାରୁ ଏଜି ଛକ ଏବଂ ସେଠାରୁ ରାଜଭବନ ଛକ ପର୍ଯ୍ୟନ୍ତ ଯିବେ। ସେଠାରୁ ପାଓ୍ବାର ହାଉସ ଛକ ଏବଂ ସିଆର୍‌ପି ଛକ ଦେଇ ଇଡି କାର୍ଯ୍ୟାଳୟରେ ପହଞ୍ଚିବେ। କଂଗ୍ରେସ କର୍ମୀମାନେ ଇଡି କାର୍ଯ୍ୟାଳୟ ବାହାରେ ଏକତ୍ର ହେବା ପରେ ଆନ୍ଦୋଳନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ୨୨ରେ ଜିଲାଓ୍ବାରୀ ଆନ୍ଦୋଳନ ଏବଂ ବିକ୍ଷୋଭ କରିବା ଲାଗି ସେମାନେ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri