Posted inଜାତୀୟ

୧ ଲକ୍ଷ ନିଯୁକ୍ତି ଦେବ କଂଗ୍ରେସ

କାଙ୍ଗ୍ରା,୫ା୧୧(ପି.ଟି.): ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇ କ୍ଷମତାକୁ ଫେରିଲେ ରାଜ୍ୟରେ ଲକ୍ଷେ ନିଯୁକ୍ତି ପ୍ରଦାନ କରିବା ସହ ପୁରୁଣା ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବ ବୋଲି ଶୁକ୍ରବାର ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ୧,୫୦୦ ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରିୟଙ୍କା କହିଛନ୍ତି। କାଙ୍ଗ୍ରାଠାରେ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ପ୍ରିୟଙ୍କା କହିଥିଲେ, ରାଜ୍ୟରେ ଅତ୍ୟଧିକ ନିଶା କାରବାର ଯୋଗୁ ଯୁବତୀଯୁବକଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲିହୋଇ ଯାଉଛି। କଂଗ୍ରେସ ଏହା ବିରୋଧରେ ଲଢ଼େଇ କରିବା ସହ ପ୍ରତି ନିର୍ବାଚନ ମଣ୍ଡଳୀରେ ଇଂଲିଶ ମିଡିୟମ ସ୍କୁଲ୍‌ ଖୋଲାଯିବ ବୋଲି ପ୍ରିୟଙ୍କା କହିଛନ୍ତି। ଭାଜପା ସରକାରରେ ରାଜ୍ୟ ଋଣଭାରରେ ବୁଡ଼ିଗଲାଣି। ୬୩,୦୦୦ ସରକାରୀ ପଦବୀ ଖାଲି ପଡ଼ିଛି। ଛତିଶଗଡ଼ ଓ ରାଜସ୍ଥାନ ଭଳି ହିମାଚଳପ୍ରଦେଶରେ କଂଗ୍ରେସ ତା’ର ସମସ୍ତ ପ୍ରତିଶ୍ରୁତି ପୂରଣ କରିବ। ଛତିଶଗଡ଼ରେ ଭୂପେଶ ବଘେଲ ସରକାର ୩ ବର୍ଷରେ ୫ ଲକ୍ଷ ନିଯୁକ୍ତି ପ୍ରଦାନ କରିଥିବାବେଳେ ରାଜସ୍ଥାନରେ କଂଗ୍ରେସ ସରକାର ୧.୩୦ ଲକ୍ଷଙ୍କୁ ନିଯୁକ୍ତି ଯୋଗାଇ ଦେଇଥିବା ପ୍ରିୟଙ୍କା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri