Posted inଜାତୀୟ

କଂଗ୍ରେସ ବିକିବ ରାହୁଲଙ୍କ ଦସ୍ତଖତ ହୋଇଥିବା ଟି ଶର୍ଟ: ଦାମ ରହିଛି…

ନୂଆଦିଲ୍ଲୀ,୨୭।୧ : କଂଗ୍ରେସ ଶନିବାର କହିଛ ୨୦୨୪ଲୋକସଭା ନିର୍ବାଚନ ପୂର୍ବର କ୍ରାଉଡ ଫଣ୍ଡ ଅଭିଯାନ ମାଧ୍ୟମରେ ୨୦କୋଟି ଟଙ୍କା ମାର୍କ ଅତିକ୍ରମ କରିବାକୁ ଆଶା ରଖାଯାଇଛି। କଂଗ୍ରେସ କୋଷାଧ୍ୟକ୍ଷ ଅଜୟ ମାକେନ କହିଛନ୍ତି ଡିସେମ୍ବର ୧୮ ରେ ଦଳ ଆରମ୍ଭ କରିଥିବା ଅନଲାଇନ ଦାନ ଅଭିଯାନ ଶନିବାର ଦୁଇ ଘଣ୍ଟା ମଧ୍ୟରେ ୨ କୋଟି ଟଙ୍କା ଆୟ କରିଛି। ପାର୍ଟି ଫଣ୍ଡ ସଂଗ୍ରହ ଅଭିଯାନ ମାଧ୍ୟମରେ ପୂର୍ବରୁ ୧୭ କୋଟି ଟଙ୍କା ସଂଗ୍ରହ କରିଥିଲା, ଯାହା ଏବେ ୨୦ କୋଟି ଟଙ୍କା ଅତିକ୍ରମ କରିବ ବୋଲି ଆଶା କରାଯାଉଛି।

କ୍ରାଉଡ ଫଣ୍ଡ ଅଭିଯାନରେ ନିଆଯାଇଥିବା ନୂତନ ପଦକ୍ଷେପ ବିଷୟରେ ମାକେନ କହିଛନ୍ତି ୬୭୦ ଟଙ୍କା କିମ୍ବା ତା’ଠାରୁ ଅଧିକ ଦାନ କରୁଥିବା ବ୍ୟକ୍ତିଙ୍କୁ ଦଳର ଏମପି ରାହୁଲ ଗାନ୍ଧୀଙ୍କ ଦସ୍ତଖତ ହୋଇଥିବା ଟି-ଶର୍ଟ ପ୍ରଦାନ କରାଯିବ। ଦ୍ୱିତୀୟତ ୬୭, ୬୭,୦୦୦ କିମ୍ବା ତା’ଠାରୁ ଅଧିକ ଦାନରେ ଭାରତ ଯୋଡ଼ୋ ନ୍ୟାୟା ଯାତ୍ରା କିଟ ମିଳିବ, ଯେଉଁଥିରେ ଏକ ଦସ୍ତଖତ ହୋଇଥିବା ଟି-ଶର୍ଟ, ବ୍ୟାଜ, ଷ୍ଟିକର ଏବଂ ଏକ ବ୍ୟାଗ ଅନ୍ତର୍ଭୁକ୍ତ ହେବ । ଯେଉଁମାନେ କୌଣସି ଦାନ କରି ନାହାନ୍ତି ସେମାନେ ଦାନ କରିଥିବା ବ୍ୟକ୍ତିଙ୍କ ନାମ ସହିତ ରାହୁଲ ଗାନ୍ଧୀଙ୍କ ଦସ୍ତଖତ ପତ୍ର ପାଇବେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି। ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri