ଜନ୍ତରା ଗ୍ରାମକୁ ତଥ୍ୟ ଅନୁସନ୍ଧାନକାରୀ ଦଳ ପଠାଇବ କଂଗ୍ରେସ

ଭୁବନେଶ୍ୱର,୨୨।୧୦(ଅନିଲ ଦାସ): କେନ୍ଦୁଝର ଜିଲା ଜୁଆଙ୍ଗ ଗ୍ରାମରେ ଦୂଷିତ ପାଣି ପିଇ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଶନିବାର ଏକ ତଥ୍ୟ ଅନୁସନ୍ଧାନକାରୀ କମିଟି ଗଠନ କରିଛନ୍ତି। ଏହି କମିଟିରେ ମହିଳା କଂଗ୍ରେସ ସଭାପତି ବନ୍ଦିତା ପରିଡ଼ା ଅଧ୍ୟକ୍ଷା ଥିବାବେଳେ ପିସିିସି ସାଧାରଣ ସମ୍ପାଦକ ପଦ୍ମାକର ଗୁରୁ, ପିସିସି ସଭ୍ୟ ଭୁବନ ବିହାରୀ ସାହୁ, ପିସିସି ସମ୍ପାଦକ ଅଜିତ ଜେନା ସଭ୍ୟ ରହିଛନ୍ତି। ପିସିସି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଏହି କମିଟି କେନ୍ଦୁଝର ଜିଲାର ବାଂଶପାଳ ବ୍ଲକର ଗୋନାସିକ ପଞ୍ଚାୟତ ଅନ୍ତର୍ଗତ ଜନ୍ତରା ଗ୍ରାମକୁ ଗସ୍ତ କରିବ। ସୂଚନାଯୋଗ୍ୟ, ଗତ କିଛିଦିନ ଭିତରେ ଜନ୍ତରା ଗ୍ରାମରେ ୧୧ ଜଣ ଜୁଆଙ୍ଗ ବ୍ୟକ୍ତି ଦୂଷିତ ପାଣି ପିଇ ମୃତ୍ୟୁବରଣ କରିଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି। ଏହି ଘଟଣାର ପ୍ରକୃତ କାରଣ ଏବଂ କେଉଁ ପରିସ୍ଥିତିରେ ଏହି ଲୋକମାନେ ଦୂଷିତ ପାଣି ବ୍ୟବହାର କରୁଛନ୍ତି କମିଟି ଏହାର ଯାଞ୍ଚ କରିବ। ଏହି କମିଟି ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା ଏବଂ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର ଏବଂ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କ ସହ ଯୋଗାଯୋଗ କରି ଜନ୍ତରାକୁ ଗସ୍ତ କରିବେ। ଜନ୍ତରା ଗସ୍ତର ୨୪ ଘଣ୍ଟା ମଧ୍ୟରେ କମିଟି ପ୍ରଦେଶ କଂଗ୍ରେସ ସଭାପତିଙ୍କୁ ସବିଶେଷ ରିପୋର୍ଟ ପ୍ରଦାନ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରି ପିସିସି ସଭାପତି କହିଛନ୍ତି, କେନ୍ଦୁଝର ରାଜ୍ୟର ସ୍ବର୍ଣ୍ଣଗର୍ଭା ଜିଲା। ରାଜ୍ୟ ରାଜକୋଷକୁ ଏହି ଜିଲା ହଜାର ହଜାର କୋଟି ଟଙ୍କା ଦେଉଥିବା ବେଳେ ରାଜ୍ୟ ସରକାର ଏହାର ସାଧାରଣ ଲୋକଙ୍କୁ ୨୩ ବର୍ଷ ଭିତରେ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ପାରିଲେ ନାହିଁ। ଲୋକମାନେ ବିଷାକ୍ତ ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ରୋଷେଇଠାରୁ ଆରମ୍ଭ କରି ସମସ୍ତ ଦୈନନ୍ଦିନ କାର୍ଯ୍ୟରେ ଦୂଷିତ ପାଣିକୁ ବ୍ୟବହାର କରୁଛନ୍ତି। ଫଳରେ ବିଭିନ୍ନ ଗୁରୁତର ରୋଗରେ ପୀଡ଼ିତ ହୋଇ ମୃତ୍ୟୁ ମୁଖରେ ପଡୁଛନ୍ତି। ଏହା ସରକାରଙ୍କ ଓଡ଼ିଶା ପ୍ରୀତିର ଆଉ ଏକ ଉଦାହରଣ ବୋଲି ଶରତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri