Posted inଜାତୀୟ

ଏହି ୪ ରାଜ୍ୟରେ ଚମକାଇବ କଂଗ୍ରେସ, ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଏମିତି କହିଲେ ଜୟରାମ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ମହାସଚିବ ଜୟରାମ ରମେଶ ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ପୂର୍ବରୁ ଏକ ଭବିଷ୍ୟବାଣୀ କରିଛନ୍ତି। ସେ ଦାବି କରିଛନ୍ତି କି ୨୦୨୪ ଲୋକ ସଭା ନିର୍ବାଚନରେ ୨୦୦୪ ଭଳି ପରିସ୍ଥିତି ଦେଖିବାକୁ ମିଳିବ। ସେ କହିଛନ୍ତି ଦେଶର କିଛି ରାଜ୍ୟରେ କଂଗ୍ରେସ ଓ ଇଣ୍ଡିଆ ମେଣ୍ଟ ଭଲ ପ୍ରଦର୍ଶନ କରିବ।

ଜୟରାମ ରମେଶ କହିଛନ୍ତି, କଂଗ୍ରେସ ରାଜସ୍ଥାନ, କର୍ନାଟକ, ତେଲଙ୍ଗାନା ଓ ମହାରାଷ୍ଟ୍ରରେ ଭଲ ଫଳାଫଳ କରିବ। ଏହା ବ୍ୟତୀତ ଛତିଶଗଡ଼, ମଧ୍ୟପ୍ରଦେଶ ଓ ଆସାମରେ ଦଳର ସ୍ଥିତିରେ ସୁଧାର ଆସିଛି। ସମାଚାର ଏଜେନ୍ସି ପିଟିଆଇକୁ ଦେଇଥିବା ଏକ ସାକ୍ଷାତକାରରେ ସେ ଏମିତି ଭବିଷ୍ୟବାଣୀ କରିଛନ୍ତି।

କଂଗ୍ରେସ ନେତା କହିଛନ୍ତି ଯେ ଦେଶର ଅନେକ ରାଜ୍ୟରେ ଏଥର ଏକ ସହଯୋଗୀ ଦଳ ଭଲ ପ୍ରଦର୍ଶନ କରିବ। ଏଥର କଂଗ୍ରେସ ପାର୍ଟି ୨୦ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୦୪ ପରି ପରିସ୍ଥିତି ଆଡକୁ ଗତି କରୁଛି। ସେ କହିଛନ୍ତି ଯେ ଛତିଶଗଡ, ମଧ୍ୟପ୍ରଦେଶ ଏବଂ ଆସାମରେ ଆମେ ଆମର ସ୍ଥିତିକୁ ସୁଦୃଢ କରିବୁ। ପ୍ରଥମ ଦୁଇଟି ପର୍ଯ୍ୟାୟ ପରେ, ଏହା ମୋ ପାଇଁ ସ୍ପଷ୍ଟ ଥିଲା ଯେ ଭାଜପା ଦକ୍ଷିଣରେ ପୋଛି ହୋଇ ଉତ୍ତରରେ ଅଧାକୁ ହ୍ରାସ ପାଇବ।
ସେ ଏକଜିଟ ପୋଲରେ ପ୍ରଶ୍ନ ଉଠାଇ କହିଛନ୍ତି ଯେ ଏକଜିଟ ପୋଲ ଶୀଘ୍ର ଆସିବ। ମୁଁ ଆପଣଙ୍କୁ କହିବି ୨୦୦୪ରେ ମଧ୍ୟ ଏକଜିଟ ପୋଲ ଏନଡିଏକୁ ବହୁ ସଂଖ୍ୟାରେ ଆସନ ମିଳିବ ବୋଲି ପୂର୍ବାନୁମାନ କରିଥିଲା କିନ୍ତୁ ପ୍ରକୃତ ଫଳାଫଳ ବିପରୀତ ଥିଲା। ୨୦୧୯ରେ କଂଗ୍ରେସ ରାଜସ୍ଥାନରେ ଶୂନ୍ୟ, କର୍ନାଟକ ଏବଂ ମହାରାଷ୍ଟ୍ରରେ ଗୋଟିଏି ସିଟ ପାଇଛି। ୨୦୧୯ରେ, ଅନେକ ରାଜ୍ୟରେ ଭାଜପା ଶିଖରରେ ଥିଲା। ଏପରିକି ନିର୍ବାଚନ ଆୟୋଗ ଭାଜପାକୁ ସେହି ଶିଖର ଅତିକ୍ରମ କରିବାରେ ସାହାଯ୍ୟ କରିବ ନାହିଁ, ଏବେ ଏହାକୁ ତଳକୁ ଖସିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?