୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୨ ତାରିଖରେ ଧର୍ମଘଟ ଓ ବନ୍ଦ ଡାକରା ଦିଆଯାଇଛି। ଅଖିଳ ଭାରତୀୟ ଟ୍ରେଡ୍‌ ୟୁନିୟନ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଏହି ଧର୍ମଘଟକୁ ରାଜ୍ୟ କଂଗ୍ରେସ ସମ୍ପୂର୍ଣ୍ଣ ସମର୍ଥନ କରିବ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି।
ଭକ୍ତ କହିଛନ୍ତି, ଉପା ଅମଳରୁ ଚାଲିଆସିଥିବା କଲ୍ୟାଣକାରୀ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଆଇନକୁ  କେନ୍ଦ୍ର ସରକାର ଉଚ୍ଛେଦ କରି ଭି ବି ଜି-ରାମ-ଜି ପରି ଶ୍ରମିକ ବିରୋଧୀ ଯୋଜନା ଲାଗୁ କରିଛନ୍ତି। କଂଗ୍ରେସ ପକ୍ଷରୁ ଏହାକୁ ନେଇ ଦେଶବ୍ୟାପୀ  ଧର୍ମଘଟ, ବିକ୍ଷୋଭ, ଅନଶନ ଚାଲିଆସିଛି।  ବିହନ, ସାର ଓ ଧାନ ସଂଗ୍ରହରେ ଅବ୍ୟବସ୍ଥା କରି ରାଜ୍ୟ ସରକାର ଚାଷୀକୁଳକୁ ଚରମ ଦୁର୍ଦ୍ଦିନକୁ ଠେଲି ଦେଇଛନ୍ତି। ଶ୍ରମିକ, ସାଧାରଣ ଉପଭୋକ୍ତା ଓ ଚାଷୀମାନଙ୍କର ସମୂହ ସ୍ବାର୍ଥକୁ ଦୃଷ୍ଟିରେ ରଖି ଓଡ଼ିଶାରେ କଂଗ୍ରେସର ତୃଣମୂଳସ୍ତର ଯାଏ ନେତା ଓ କର୍ମୀ ଏହି ଧର୍ମଘଟକୁ ସମର୍ଥନ କରିବା ପାଇଁ ପିସିସି ପକ୍ଷରୁ ଡିସିସିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଭକ୍ତ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri