୫ ସ୍ଥାନରେ ଭାଜପାକୁ ଟାର୍ଗେଟ କରିବ କଂଗ୍ରେସ

ଭୁବନେଶ୍ବର, ୨୮ା୩(ବ୍ୟୁରୋ):କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟ ପଦ ଲୋକ ସଭାରେ ରଦ୍ଦ ହେବା ପରେ ସାରା ଦେଶରେ ଦଳ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ଏବେ ଓଡ଼ିଶାରେ ମଧ୍ୟ ତୀବ୍ର ପ୍ରତିବାଦ ଦେଖିବାକୁ ମିଳୁଛି। ଦୁଇ ଦିନ ହେଲା କଂଗ୍ରେସ ସଦସ୍ୟମାନେ ବିଧାନସଭା ଅଚଳ ରଖିଥିବା ବେଳେ ଗୃହ ବାହାରେ ମଧ୍ୟ ପ୍ରତିବାଦ ଜାରି ରଖିଛି। ତେବେ ସୋମବାର ସର୍ବଦଳୀୟ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୧୨ଟି ଦଳର ନେତା ଓ କର୍ମୀ ରାଜଭବନ ନିକଟସ୍ଥ ସର୍କିଟ ହାଉସଠାରେ ଏକାଠି ହୋଇଥିଲେ। ସେଠାରେ ସମସ୍ତେ ରାଜଭବନ ଚଲୋ ଯାତ୍ରା ଆରମ୍ଭ କରିଥିଲେ। କିଛି ସମୟ ପରେ କଂଗ୍ରେସ ବିଧାୟକମାନେ ଗୃହ ଅଚଳ ହେବା ପରେ ଆସି ଯାତ୍ରାରେ ସାମିଲ ମଧ୍ୟ ହୋଇଥିଲେ। ସେଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ବିରୋଧରେ ସବୁ ନେତା ସ୍ଲୋଗାନ ଦେଇ ରାଜଭବନଠାରେ ପହଞ୍ଚିବା ପରେ ଏକ ପ୍ରତିନିଧିମଣ୍ଡଳୀ ଯାଇ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲା।
ରାଜ୍ୟପାଳଙ୍କୁ ଭେଟି ଫେରିବା ପରେ ପିସିସି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ଭାଜପା ସରକାର କେନ୍ଦ୍ରରେ କ୍ଷମତାକୁ ଆସିବା ପରଠାରୁ ଲଗାତର ଭାବେ ଗଣତନ୍ତ୍ର ଓ ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୋଇଛି। ଭାଜପା ସରକାର ଏବଂ ଏହାର ନେତୃବୃନ୍ଦ କ୍ରମାଗତ ଭାବେ ସମ୍ବିଧାନକୁ ଆକ୍ରମଣ କରି ଚାଲିଛନ୍ତି। ଗଣତନ୍ତ୍ର ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ପ୍ରତିମୁହୂର୍ତ୍ତରେ କ୍ଷମତା ଅହଙ୍କାରରେ ଦଳିଚକଟି ଦିଆଯାଉଛି। ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟରେ ନରେନ୍ଦ୍ର ମୋଦି ଏବଂ ଗୌତମ ଆଦାନୀଙ୍କ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ଦେଇଥିବା ବକ୍ତବ୍ୟକୁ ପାର୍ଲାମେଣ୍ଟ ରେକର୍ଡରୁ କାଟି ଦିଆଯାଇଛି। ତାଙ୍କ ସ୍ବରକୁ ଚାପି ଦେବା ପାଇଁ ଲୋକ ସଭା ସଭ୍ୟପଦକୁ ରଦ୍ଦ କରାଯାଇଛି, ଯାହାକି ସଂସଦୀୟ ଗଣତନ୍ତ୍ର ପ୍ରତି ଘୋର ବିପଦ। ଏହାର ପ୍ରତିବାଦ କାର୍ଯ୍ୟକ୍ରମରେ କଂଗ୍ରେସ ସମେତ ସିପିଆଇ, ସିପିଆଇ(ଏମ୍‌), ଅଲଇଣ୍ଡିଆ ଫରୱାର୍ଡ ବ୍ଲକ, ସିପିଆଇ-ଏମ୍‌ଏଲ (ଲିବରେଶନ), ସିପିଆଇଏମଏଲ (ରେଡଷ୍ଟାର),ଏନସିପି, ସମାଜବାଦୀ ପାର୍ଟି, ଆରଜେଡି, ଆମ ଆଦ୍‌ମୀ ପାର୍ଟି, ସମୃଦ୍ଧ ଓଡ଼ିଶା, ଆରପିଆଇର ଶୀର୍ଷ ନେତୃବୃନ୍ଦ ଓ କର୍ମକର୍ତ୍ତା ଯୋଗ ଦେଇଥିଲେ। ଏହି ପ୍ରତିବାଦ ସଭା ସରିବା ପରେ ସୂଚନା ଅନୁଯାୟୀ, ରାଜ୍ୟ ଅତିଥି ଭବନରେ କଂଗ୍ରେସ ସମେତ ଅନ୍ୟ ଦଳର ନେତାମାନେ ଏକାଠି ହୋଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ସମ୍ପର୍କରେ ସ୍ଥିର କରିଥିବା ଜଣାପଡିଛି। ଖୁବଶୀଘ୍ର ୫ଟି ସ୍ଥାନରେ ସବୁ ଦଳର ନେତା ଏକାଠି ହୋଇ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରକୁ ଟାର୍ଗେଟ କରିବେ ବୋଲି ନିଷ୍ପତ୍ତି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri