୫ ସ୍ଥାନରେ ଭାଜପାକୁ ଟାର୍ଗେଟ କରିବ କଂଗ୍ରେସ

ଭୁବନେଶ୍ବର, ୨୮ା୩(ବ୍ୟୁରୋ):କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟ ପଦ ଲୋକ ସଭାରେ ରଦ୍ଦ ହେବା ପରେ ସାରା ଦେଶରେ ଦଳ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ଏବେ ଓଡ଼ିଶାରେ ମଧ୍ୟ ତୀବ୍ର ପ୍ରତିବାଦ ଦେଖିବାକୁ ମିଳୁଛି। ଦୁଇ ଦିନ ହେଲା କଂଗ୍ରେସ ସଦସ୍ୟମାନେ ବିଧାନସଭା ଅଚଳ ରଖିଥିବା ବେଳେ ଗୃହ ବାହାରେ ମଧ୍ୟ ପ୍ରତିବାଦ ଜାରି ରଖିଛି। ତେବେ ସୋମବାର ସର୍ବଦଳୀୟ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୧୨ଟି ଦଳର ନେତା ଓ କର୍ମୀ ରାଜଭବନ ନିକଟସ୍ଥ ସର୍କିଟ ହାଉସଠାରେ ଏକାଠି ହୋଇଥିଲେ। ସେଠାରେ ସମସ୍ତେ ରାଜଭବନ ଚଲୋ ଯାତ୍ରା ଆରମ୍ଭ କରିଥିଲେ। କିଛି ସମୟ ପରେ କଂଗ୍ରେସ ବିଧାୟକମାନେ ଗୃହ ଅଚଳ ହେବା ପରେ ଆସି ଯାତ୍ରାରେ ସାମିଲ ମଧ୍ୟ ହୋଇଥିଲେ। ସେଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ବିରୋଧରେ ସବୁ ନେତା ସ୍ଲୋଗାନ ଦେଇ ରାଜଭବନଠାରେ ପହଞ୍ଚିବା ପରେ ଏକ ପ୍ରତିନିଧିମଣ୍ଡଳୀ ଯାଇ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲା।
ରାଜ୍ୟପାଳଙ୍କୁ ଭେଟି ଫେରିବା ପରେ ପିସିସି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ଭାଜପା ସରକାର କେନ୍ଦ୍ରରେ କ୍ଷମତାକୁ ଆସିବା ପରଠାରୁ ଲଗାତର ଭାବେ ଗଣତନ୍ତ୍ର ଓ ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୋଇଛି। ଭାଜପା ସରକାର ଏବଂ ଏହାର ନେତୃବୃନ୍ଦ କ୍ରମାଗତ ଭାବେ ସମ୍ବିଧାନକୁ ଆକ୍ରମଣ କରି ଚାଲିଛନ୍ତି। ଗଣତନ୍ତ୍ର ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ପ୍ରତିମୁହୂର୍ତ୍ତରେ କ୍ଷମତା ଅହଙ୍କାରରେ ଦଳିଚକଟି ଦିଆଯାଉଛି। ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟରେ ନରେନ୍ଦ୍ର ମୋଦି ଏବଂ ଗୌତମ ଆଦାନୀଙ୍କ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ଦେଇଥିବା ବକ୍ତବ୍ୟକୁ ପାର୍ଲାମେଣ୍ଟ ରେକର୍ଡରୁ କାଟି ଦିଆଯାଇଛି। ତାଙ୍କ ସ୍ବରକୁ ଚାପି ଦେବା ପାଇଁ ଲୋକ ସଭା ସଭ୍ୟପଦକୁ ରଦ୍ଦ କରାଯାଇଛି, ଯାହାକି ସଂସଦୀୟ ଗଣତନ୍ତ୍ର ପ୍ରତି ଘୋର ବିପଦ। ଏହାର ପ୍ରତିବାଦ କାର୍ଯ୍ୟକ୍ରମରେ କଂଗ୍ରେସ ସମେତ ସିପିଆଇ, ସିପିଆଇ(ଏମ୍‌), ଅଲଇଣ୍ଡିଆ ଫରୱାର୍ଡ ବ୍ଲକ, ସିପିଆଇ-ଏମ୍‌ଏଲ (ଲିବରେଶନ), ସିପିଆଇଏମଏଲ (ରେଡଷ୍ଟାର),ଏନସିପି, ସମାଜବାଦୀ ପାର୍ଟି, ଆରଜେଡି, ଆମ ଆଦ୍‌ମୀ ପାର୍ଟି, ସମୃଦ୍ଧ ଓଡ଼ିଶା, ଆରପିଆଇର ଶୀର୍ଷ ନେତୃବୃନ୍ଦ ଓ କର୍ମକର୍ତ୍ତା ଯୋଗ ଦେଇଥିଲେ। ଏହି ପ୍ରତିବାଦ ସଭା ସରିବା ପରେ ସୂଚନା ଅନୁଯାୟୀ, ରାଜ୍ୟ ଅତିଥି ଭବନରେ କଂଗ୍ରେସ ସମେତ ଅନ୍ୟ ଦଳର ନେତାମାନେ ଏକାଠି ହୋଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ସମ୍ପର୍କରେ ସ୍ଥିର କରିଥିବା ଜଣାପଡିଛି। ଖୁବଶୀଘ୍ର ୫ଟି ସ୍ଥାନରେ ସବୁ ଦଳର ନେତା ଏକାଠି ହୋଇ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରକୁ ଟାର୍ଗେଟ କରିବେ ବୋଲି ନିଷ୍ପତ୍ତି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri