Posted inଜାତୀୟ

କର୍ନାଟକର ବିଧାନସଭା ନିର୍ବାଚନରେ କଂଗ୍ରେସ ଜିତିବ ୧୪୦ରୁ ଅଧିକ ଆସନ: ଡି.କେ ଶିବକୁମାର…

ବେଙ୍ଗାଲୁରୁ,୭।୩ : କର୍ନାଟକ ବିଧାନସଭାର କାର୍ଯ୍ୟକାଳ ୨୪ ମେ ୨୦୨୩ ରେ ଶେଷ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଚଳିତ ମାସରେ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହି ସମୟରେ କର୍ନାଟକ କଂଗ୍ରେସ ରାଜ୍ୟ ଅଧ୍ୟକ୍ଷ ଡି.କେ ଶିବକୁମାର ଦାବି କରିଛନ୍ତି ଯେ ସର୍ଭେରୁ ଜଣାପଡିଛି ଯେ ଆସନ୍ତା ବିଧାନସଭା ନିର୍ବାଚନରେ ତାଙ୍କ ଦଳ ମୋଟ ୨୨୪ଟି ଆସନ ମଧ୍ୟରୁ ୧୪୦ ରୁ ଅଧିକ ଆସନ ପାଇବ। ଦୁଇ ପୂର୍ବତନ ଭାଜପା ବିଧାୟକ ତଥା ମହୀଶୂରର ପୂର୍ବତନ ମେୟର ଦଳରେ ଯୋଗଦେବା ପରେ ସେ ଗଣମାଧ୍ୟମକୁ ଏହା କହିଛନ୍ତି।

ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ତିନିଜଣ ନେତାଙ୍କ ମଧ୍ୟରେ ପୂର୍ବତନ କୋଲେଗାଲ ବିଧାୟକ ଜି ଏନ ନାନଜୁଣ୍ଡ ସ୍ବାମୀ ଏବଂ ପୂର୍ବତନ ବିଜେପୁର ବିଧାୟକ ମନୋହର ଏନାପୁର ଏବଂ ମହୀଶୂରର ପୂର୍ବତନ ମେୟର ପୁରୁଷୋତ୍ତମ ଅଛନ୍ତି।

ଶିବକୁମାର କହିଛନ୍ତି, ବହୁ ପୂର୍ବତନ ବିଧାୟକ ଭାଜପା ଛାଡି କଂଗ୍ରେସରେ ଯୋଗ ଦେଉଛନ୍ତି। ଆଗାମୀ ଦିନରେ, ଆମେ ଯୋଗଦେବାକୁ ବସିଥିବା ବିଧାୟକଙ୍କ ତାଲିକା ମଧ୍ୟ ଘୋଷଣା କରିବୁ। ଏ ବାବଦରେ ଆଲୋଚନା ଚାଲିଛି। ମୁଁ ବର୍ତ୍ତମାନ କୌଣସି ନାମ ପ୍ରକାଶ କରିବି ନାହିଁ। ସେ କହିଛନ୍ତି ଯେ ନେତାମାନେ ବିନା ସର୍ତ୍ତରେ କଂଗ୍ରେସରେ ଯୋଗ ଦେଉଛନ୍ତି ଏବଂ ଦଳର ଆଦର୍ଶ ଏବଂ ନେତୃତ୍ୱକୁ ଗ୍ରହଣ କରୁଛନ୍ତି। ଜିଲାସ୍ତରରେ ବହୁ ନେତା ଦଳରେ ଯୋଗ ଦେଉଛନ୍ତି, କିଛି ପ୍ରତିଷ୍ଠିତ ନେତାଙ୍କୁ ଏଠାରେ ଅଣାଯାଉଛି। ଏଥିରୁ ସ୍ପଷ୍ଟ ହୋଇଛି ଯେ ଜନମତ କଂଗ୍ରେସ ସପକ୍ଷରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri