Posted inଜାତୀୟ

‘୪୦୦ ପାର୍‌’ ହେବା ଅସମ୍ଭବ ନୁହେଁ, ସହଜ ବି ନୁହେଁ: ନିର୍ବାଚନ ଇତିହାସରେ ଥରେ ମାତ୍ର ହୋଇଛି ‘୪୦୦ ପାର୍‌’

ନୂଆଦିଲ୍ଲୀ,୩।୬: ଆଉ ମାତ୍ର କେଇ ଘଣ୍ଟା ପରେ ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ବାହାରିବ। ଏଥର ଭାଜପା ନିର୍ବାଚନ ପୂର୍ବରୁ ଯେଉଁ ‘୪୦୦ ପାର୍‌’ ନାରା ଦେଇଥିଲା ତାହା ସତ ହେବ କି ନାହିଁ ତାହା ସ୍ପଷ୍ଟ ହୋଇଯିବ। ଭାରତର ନିର୍ବାଚନ ଇତିହାସରେ କେବଳ ଥରେ ମାତ୍ର ଗୋଟିଏ ରାଜନୈତିକ ଦଳକୁ ୪୦୦ରୁ ଅଧିକ ଆସନ ମିଳିଥିଲା। ୧୯୮୪ ଲୋକ ସଭା ନିର୍ବାଚନରେ ଏହା ଘଟିଥିଲା। ସେତେବେଳେ ୫୪୧ ଆସନରୁ କଂଗ୍ରେସ ୪୧୪ ଆସନରେ ବିଜୟ ହାସଲ କରିଥିଲା। ଏହି ନିର୍ବାଚନ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ହୋଇଥିଲା।
ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ତାଙ୍କ ପୁଅ ରାଜୀବ ଗାନ୍ଧୀଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ କରାଯାଇଥିଲା। ୧୯୮୪ ନିର୍ବାଚନରେ କଂଗ୍ରେସକୁ ପ୍ରଚଣ୍ଡ ବହୁମତ ମିଳିଥିଲା। ଏହାପରେ କଂଗ୍ରେସକୁ ଅନେକ ଅସୁବିଧାର ସାମ୍ନା କରିବାକୁ ପଡ଼ିଥିଲା। ୧୯୮୯ରେ ନିର୍ବାଚନରେ କଂଗ୍ରେସ ହାତରୁ ଶାସନଗାଦି ଯାଇଥିଲା ଏବଂ ଏହି ନିର୍ବାଚନରେ ଦଳକୁ ମାତ୍ର ୧୭୭ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ଫଳରେ ଜନତା ଦଳ ନେତୃତ୍ୱରେ ଅନେକ ଦଳ ମିଶି ସରକାର ଗଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri