ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ

Featured Video Play Icon

ଭୁବନେଶ୍ୱର,୧୭ା୭: ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କଂଗ୍ରେସ। ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି।

ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ‘ଓଡ଼ିଶା ବନ୍ଦ’ ଡାକରା ଦିଆଯାଇଛି। ଏଥିରେ ବାମପନ୍ଥୀଙ୍କ ସମେତ ୮ଦଳ ସାମିଲ ହୋଇଛନ୍ତି। ‘ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ବିଭିନ୍ନ ମହଲ, ସୋସିଆଲ ମିଡିଆରେ କ୍ଷୋଭ ପ୍ରକାଶ ପାଉଥିବାରୁ ଓଡ଼ିଶା ବନ୍ଦକୁ ସ୍ବତଃପ୍ରବୃତ୍ତ ସମର୍ଥନ ମିଳିବା ଅନୁମାନ କରାଯାଉଛି। ବିରୋଧୀ ଦଳଗୁଡ଼ିକ ଗୁରୁବାର ଯାନବାହନ ଚଳାଚଳ, ଦୋକାନବଜାର, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ନିବେଦନ କରିଛନ୍ତି। ତେବେ ବନ୍ଦ ପାଳନ ସମୟରେ କେତେକ ସ୍ଥାନରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇପାରେ। ଏହାକୁ ନେଇ ପୋଲିସ ସଜାଗ ହୋଇଉଠିଛି। ବିଶେଷକରି ଭୁବନେଶ୍ୱର, କଟକ ଟୁଇନ୍‌ ସିଟିରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତଦନୁଯାୟୀ ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ଏଆଇ କ୍ୟାମେରା ଓ ଡ୍ରୋନ୍‌ ନଜର ରଖିବ। ଆଇନ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଚେତାବନୀ ଦେଇଛନ୍ତି। ଲୋକସେବା ଭବନ, ବିଧାନସଭା, ରାଜୀବ ଭବନ କଡ଼ା ସୁରକ୍ଷା ବଳୟରେ ରହିଥିବାବେଳେ ଛକ, ବଜାର, ସରକାରୀ କାର୍ଯ୍ୟାଳୟରେ ସଶସ୍ତ୍ର ପୋଲିସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri