ନିଜ ଦଳର ବିଧାୟକଙ୍କୁ ଗୋ ବ୍ୟାକ୍‌ କହିଲେ କଂଗ୍ରେସ କର୍ମୀ: ୨ ଗୋଷ୍ଠୀ ମୁହାଁମୁହିଁ

ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ଶାଖା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଇଥିଲା। ତେବେ ଦାରିଙ୍ଗବାଡିର ଚାରିଛକଠାରେ ବ୍ଲକିଂ କରି ବ୍ୟାନର ବାନ୍ଧି ରାସ୍ତାରୋକୋ କରିଥିଲେ। ତେବେ ସ୍ଥାନୀୟ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ଫଟୋକୁ ବ୍ୟାନରରୁ ହଟାଯାଇ ବିରୋଧ କରାଯାଇଥିଲା। କିଛି ସମୟ ପରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ଦାରିଙ୍ଗବାଡି ଆସି ପହଞ୍ଚିଥିଲେ। ସେହି ସମୟରେ ଦଳର ବରିଷ୍ଠ କର୍ମୀ ସୁରେନ୍ଦ୍ର ସାହୁ ବିଧାୟକଙ୍କୁ ଗୋ ବ୍ୟାକ କହି ଏଠାରୁ ଚାଲିଯିବାକୁ କହିଥିଲେ। ଆଉ କିଛି କଂଗ୍ରେସ କର୍ମୀ ବିଧାୟକ ପ୍ରଧାନଙ୍କ ସପକ୍ଷରେ ଯୁକ୍ତି ବଢିଥିବା ବେଳେ ଅଧିକାଂଶ ବିଧାୟକଙ୍କୁ ବିରୋଧ କରିଥିଲେ।
ପରେ ଏକ ଖବରଦାତା ସମ୍ମିଳନୀରେ ବିଧାୟକ ପ୍ରଧାନ ନିଜ ପ୍ରତିକ୍ରିୟାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯିବା ସମ୍ପର୍କରେ କହିବା ସହ ଭାଜପା ସମର୍ଥିତ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଜଣେ ଛାତ୍ରୀଙ୍କୁ ବାଲେଶ୍ୱର ଏଫଏମ ବିଶବିଦ୍ୟାଳୟରେ ସରକାର ସୁରକ୍ଷା ଦେବାରେ ବିଫଳ ବୋଲି କହିଥିଲେ। ପରେ ଖବରଦାତାମାନଙ୍କ ପ୍ରଶ୍ନରେ ତାଙ୍କୁ ବିରୋଧ କରାଯିବା ଘଟଣାକୁ ସେ ଗୁରୁତ୍ୱ ଦେଇ ନ ଥିଲେ। ସେ କହିଥିଲେ, ମୋର ଫଟୋ କଟାଯାଇଛି, ଏଥିରେ କିଛି କଥା ନାହିଁ। କାରଣ ମୁଁ ଦାରିଙ୍ଗବାଡି ଆସିଛି, ମୋର ଫୋଟର କିଛି ଆବଶ୍ୟକତା ନାହିଁ।
ଦଳରେ କନ୍ଦଳ ଓ ଦୁଇ ଫାଳ ହୋଇଯିବା ଘଟଣାରେ ବିଧାୟକ କହିଥିଲେ ଯେ, ଏହା ଆମ ଘରୋଇ ସମସ୍ୟା, ଆଲୋଚନା ମାଧ୍ୟମରେ ଆମେ ସମାଧାନ କରିବୁ। ବିଧାୟକ ଆନ୍ଦୋଳନ ସ୍ଥାନରେ ବହୁତ କମ ସମୟ ରହି ଫେରିଯିବା ପରେ ଦୁଇଗୋଷ୍ଠୀ ମଧ୍ୟରେ ଘଟଣାକୁ ନେଇ ଗଣ୍ଡଗୋଳ ହୋଇଥିଲା। ପୋଲିସ ପହଞ୍ଚି ସେମାନଙ୍କୁ ବୁଝାସୁଝା କରିଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri