କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳର କର୍ମୀମାନେ ଆନନ୍ଦପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ହାଟିବନ୍ଧୁ ଖୁଣ୍ଟିଆ ନଗର କଂଗ୍ରେସ ସଭାପତିଙ୍କ ନେତୃତ୍ୱରେ ବିକ୍ଷୋଭକାରୀମାନେ ବ୍ରିଜ ଛକ ନିକଟରେ ୫୩ ନଂ ରାଜ୍ୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଯାନବାହନ ଅଟକି ରହିଥିଲା। ବନ୍ଦ ଯୋଗୁ ସହରର ବିଭିନ୍ନ ଦୋକାନବଜାର ମଧ୍ୟ ବନ୍ଦ ରହିଥିଲା।
ବିକ୍ଷୋଭକାରୀମାନେ ‘ଭୋଟ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ’ ଭଳି ସ୍ଲୋଗାନ ଦେଇଥିଲେ। ଏଥିସହ ଏମଏମ୍ଡିଆର୍‌ ସଂଶୋଧିତ ଅଧିନିୟମ ବନ୍ଦ କରିବା, ସିଇସି ଜ୍ଞାନେଶ କୁମାରଙ୍କ ବହିଷ୍କାର, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଏବଂ ଏସଆଇଆର୍‌ ପ୍ରତ୍ୟାହାର ଭଳି ବିଭିନ୍ନ ଦାବି ଉଠାଯାଇଥିଲା। ଏହାସହ ବନ୍ୟା ଯୋଗୁ ପ୍ରଭାବିତ ଚାଷୀ ଓ ସାଧାରଣ ଲୋକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଦଳ ପକ୍ଷରୁ ଦାବି କରାଯାଇଥିଲା। କ୍ଷତିଗ୍ରସ୍ତ ଚାଷୀ ଓ ବନ୍ୟା ପ୍ରଭାବିତ ପରିବାରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାନଗଲେ ଆଗାମୀ ଦିନରେ ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ନେତାମାନେ କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?