Posted inଜାତୀୟ

ପରାଜୟ ପରେ ଇଣ୍ଡିଆ ମେଣ୍ଟର ପରାମର୍ଶ, ଓ୍ବାଏନାଡ ଛାଡି ଆମେଠିରୁ ଲଢନ୍ତୁ ରାହୁଲ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡରେ କଂଗ୍ରେସ ଧରାଶାୟୀ ହେବା ପରେ ଏବେ କଂଗ୍ରେସର ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି। ବିରୋଧୀ ମେଣ୍ଟ ଇଣ୍ଡିଆର ନେତା ତଥା ଏମପି ରାହୁଲ ଗାନ୍ଧୀଙ୍କୁ ଓ୍ବାଏନାଡରୁ ଆଗାମୀ ଲୋକସଭା ନିର୍ବାଚନ ନ ଲଢିବାକୁ ପରାମର୍ଶ ଦିଆଯାଇଛି। ତାଙ୍କୁ ଓ୍ବାଏନାଡ ପରିବର୍ତ୍ତେ ଉତ୍ତର ଭାରତରୁ ଲଢିବାକୁ ପରାମର୍ଶ ଦିଆଯାଇଛି। ୨୦୧୯ ଲୋକସଭା ନିର୍ବାଚନରେ ରାହୁଲ କଂଗ୍ରେସର ଗଡ କୁହାଯାଉଥିବା ଉତ୍ତର ପ୍ରଦେଶର ଆମେଠିରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ।

ଇଣ୍ଡିଆ ମେଣ୍ଟରେ ସାମିଲ ହୋଇଥିବା ସିପିଏମର ବରିଷ୍ଠ ନେତା ଏମବି ଗୋବିନ୍ଦନ କଂଗ୍ରେସର କେରଳରେ ଲଢିବାକୁ ଥିବା ନିଷ୍ପତ୍ତି ଉପରେ ପ୍ରଶ୍ନ କରିଛି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସିପିଏମ ନେତା କହିଛନ୍ତି, କଂଗ୍ରେସର ଏପରି ପରାଜୟକୁ ନେଇ ଯେକେହି ବି କହିବ ଯେ, କଂଗ୍ରେସ ଆଗାମୀ ନିର୍ବାଚନ ଓ୍ବାଏନାଡରୁ ନ ଲଢୁ ।
କେରଳରେ ଭାଜପା ନାହିଁ। ରାହୁଲ ଭାଜପା ବିରୋଧରେ ନିର୍ବାଚନ ଳଢିବା ଉଚିତ। ଏଲଡିଏଫ ବିରୋଧରେ ନୁହେଁ। ଯଦି ରାହୁଲ ଏଲଡିଏଫ ବିରୋଧରେ ନିର୍ବାଚନ ଲଢନ୍ତି ତେବେ ଦୁନିଆକୁ ଏଇ ସନ୍ଦେଶ ଯିବ ଯେ ରାହୁଲ ଭାଜପା ବିରୋଧରେ ନୁହେଁ ବାମ ଦଳ ବିରୋଧରେ ଲଢୁଛନ୍ତି। ରାହୁଲଙ୍କୁ ଭାଜପାର ଗଡକୁ ଯାଇ ନିର୍ବାଚନ ଲଢିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri