ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଟପୁର ଗାନ୍ଧୀ ଛକ ଠାରେ ଉପସ୍ଥିତ ଦଳୀୟ ନେତୃବୃନ୍ଦ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିବା ପରେ  ବିଶାଳ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରି ସଭାସ୍ଥଳରେ ପହଞ୍ଚିଥିଲା। ସେଠାରେ ବର୍ଷୀୟାନ କଂଗ୍ରେସ ନେତା ରାମହରି ଦୋରା ଦଳୀୟ ପତାକା ଉତ୍ତୋଳନ କରିଥିଲେ। ସାନଖେମୁଣ୍ଡି ବ୍ଲକ କଂଗ୍ରେସ ସଭାପତି ଏ.ବାବୁଲା ଦୋରାଙ୍କ ସଭାପତିତ୍ବରେ ଆୟୋଜିତ ଜନସଭାରେ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଯୋଗଦେଇ ଭାରତର ସ୍ଵାଧୀନତା ପାଇଁ  ୧୪୦ ବର୍ଷ ପୂର୍ବେ ୧୮୮୫ ମସିହା ଡିସେମ୍ବର ୨୮ ତାରିଖରେ ଭାରତୀୟ ଜାତୀୟ କଂଗ୍ରେସ ଦଳ ଗଠନ କରାଯାଇଥିଲା। ଦେଶ ଆଉ ଜାତି ପାଇଁ ତତ୍କାଳୀନ ଦଳୀୟ ନେତୃବୃନ୍ଦଙ୍କ ଉତ୍ସର୍ଗୀକୃତ କାର୍ଯ୍ୟାବଳୀ ସହ ସ୍ଵାଧୀନତା ଆନ୍ଦୋଳନରେ ସେମାନଙ୍କ ତ୍ୟାଗକୁ  ଆମେ ମନେରଖିବା ଉଚିତ ବୋଲି ସେ ମତପ୍ରକାଶ କରିଥିଲେ।

ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଠାରୁ ଆରମ୍ଭ କରି କଂଗ୍ରେସର ପରବର୍ତ୍ତୀ ପୀଢ଼ିର ଜନନେତାମାନଙ୍କ ତ୍ୟାଗ ଓ ବଳିଦାନରେ ସ୍ଵାଧୀନ ହୋଇଥିବା ଭାରତବର୍ଷ ସାମ୍ପ୍ରତିକ ଶାସକ ଦଳ ଭାଜପା ଓ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ଦ୍ୱାରା ପରିଚାଳିତ  ପରିଚାଳିତ ମୋଦୀ ସରକାରଙ୍କ ଆଭିମୁଖ୍ୟକୁ ନେଇ ସେ ଦୃଢ଼ ସମାଲୋଚନା କରିଥିଲେ ।ଆଗାମୀ ଦିନରେ ଉଭୟ ରାଜ୍ୟ ଓ କେନ୍ଦ୍ରରେ କଂଗ୍ରେସ ଦଳ ନିଶ୍ଚିତ ବିଜୟ ହାସଲ କରିବ। ଦଳୀୟ କର୍ମୀ ଓ ନେତୃବୃନ୍ଦ ଏକଜୁଟ ହୋଇ  କଂଗ୍ରେସର ଦଳୀୟ ସଙ୍ଗଠନକୁ ସୁଦୃଢ଼ ରଖିବାକୁ ସେ ଆହ୍ୱାନ ଦେଇଥିଲେ।  ରାଜ୍ୟ ମହିଳା କଂଗ୍ରେସ ସମ୍ପାଦିକା ବଂଶଧାରା ସାମନ୍ତ ସିଂହାର, କଂଗ୍ରେସ କାର୍ଯ୍ୟକର୍ତ୍ତା ଦେବକାନ୍ତ ଶର୍ମା, ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ  ପଣ୍ଡା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀ ଚରଣ ପାତ୍ର,  ଜିଲା ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ବିକାଶ ପଶୁପାଳକ, ପିସିସି ସଭ୍ୟ ଅରବିନ୍ଦ ନାହାକ, ବାଉରୀବନ୍ଧୁ ପ୍ରଧାନ, ରଘୁନାଥ ବେହେରା, ନିରାକାର ପ୍ରଧାନ, ମୁକୁନ୍ଦ ଚନ୍ଦ୍ର ବରାଡ, ଶଙ୍କର୍ଷଣ ଖୁଣ୍ଟିଆ, ସୁଧାଂଶୁ ସ୍ୱାଇଁ, ଅନ୍ତର୍ଯ୍ୟାମୀ  ସ୍ୱାଇଁ, ନାରାୟଣ ଗୌଡ଼,  ପ୍ରଫୁଲ୍ଲ ଦାସ, ଶିବରାମ ବାଡତ୍ୟା, ଶତ୍ରୁଘ୍ନ ଗୌଡଙ୍କ ସମେତ ବହୁ ସଂଖ୍ୟକ ସରପଞ୍ଚ, ସମିତି ସଭ୍ୟ ବୃନ୍ଦ ମଞ୍ଚାସିନ ଥିଲେ । ଏହି ଜନସଭାରେ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅଧିନ ଧରାକୋଟ ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ସହସ୍ରାଧିକ କଂଗ୍ରେସ କର୍ମୀ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri