ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି, କଂଗ୍ରେସ ନିଜ ନିଜର ଗୋଟିଚାଳନା ଆରମ୍ଭ କରି ଲୋକଙ୍କୁ ନିଜ ଆଡ଼କୁ ଟାଣିବାକୁ ଚେଷ୍ଟା ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ପ୍ରଭାସ କର ମହାପାତ୍ର ରାଜନୀତି ମୈଦାନରେ ନିଜର ରଣକୌଶଳ ଆରମ୍ଭ କରି ଅନ୍ୟ ଦଳର ପ୍ରାର୍ଥୀକୁ ଚକିତ କରିଛନ୍ତି। ମହାପାତ୍ର ନିର୍ବାଚନମଣ୍ଡଳୀର ମୋରଡ଼ା, ରାସଗୋବିନ୍ଦପୁର ଓ ଶୁଳିଆପଦା ବ୍ଲକର ସମସ୍ତ ପଞ୍ଚାୟତର ପ୍ରତି ଗାଁ ବୁଲି କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ବଣ୍ଟନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ମହାପାତ୍ର ତାଙ୍କ କର୍ମୀଙ୍କ ସହିତ ସୋମବାର ଗଡ଼ିଗାଁ, ନିଚୁଆପଦା, ଦୁର୍ଗାପୁର, ଦାନ୍ତିଆମୁଁହା ଇତ୍ୟାଦି ପଞ୍ଚାୟତର ପ୍ରତି ଗାଁ ବୁଲି ଲୋକଙ୍କୁ କଂଗ୍ରେସର ବିଭିନ୍ନ ଯୋଜନା ବାବଦରେ ଅବଗତ କରାଇବା ସହିତ ଲୋକଙ୍କୁ ଭୋଟ୍‌ ଭିକ୍ଷା କରିଥିବାର ଦେଖିବାକୁ ମିଳୁଛି l

ଉକ୍ତ ଗ୍ୟାରେଣ୍ଟି କାର୍ଡରେ ପାଞ୍ଚଟି ଯୋଜନା ଉଲ୍ଲେଖ ରହିଛି। ପ୍ରଥମେ ଗୃହ ଜ୍ୟୋତି ଯୋଜନାରେ ଘରୋଇ ଉପଭୋକ୍ତାଙ୍କ ପାଇଁ ଦୁଇଶହ ୟୁନିଟ୍‌ ବିଦ୍ୟୁତ୍‌ ଦେୟ ଛାଡ଼, ଯୁବ ବିକାଶ ଯୋଜନାରେ ୫ ଲକ୍ଷ ଯୁବତୀଯୁବକଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ମାସିକ ବେକାରୀ ଭତ୍ତା ୩୦୦୦ ଟଙ୍କା ପ୍ରଦାନ, କୃଷକ ବନ୍ଧୁ ଯୋଜନାରେ ବୋନସ୍‌ ସହିତ ଧାନର ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୩ ହଜାର ଟଙ୍କା, କୃଷିଋଣ ଛାଡ଼, କୃଷକଙ୍କ ପାଇଁ ମାସିକ ୨୦୦୦ ଟଙ୍କାର ପେନ୍‌ସନ୍‌ ପ୍ରଦାନ, ଗୃହ ଲକ୍ଷ୍ମୀ ଯୋଜନାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଛାଡ଼, ମହିଳାଙ୍କୁ ମାସିକ ଭତ୍ତା ୨୦୦୦ ଟଙ୍କା ଏବଂ ଆଦିବାସୀ ଓ ଦଳିତ ମହିଳାଙ୍କୁ ୩୦୦୦ ଟଙ୍କାର ଭତ୍ତା ପ୍ରଦାନ,ମାସକୁ ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ଏବଂ ଜନକଲ୍ୟାଣ ଯୋଜନାରେ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟବୀମା ମାଧ୍ୟମରେ ମାଗଣା ଚିକିତ୍ସା ବ୍ୟବସ୍ଥା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା ପ୍ରଦାନ, ଚିଟ୍‌ଫଣ୍ଡ ପ୍ରଭାବିତ ଜମାକାରୀମାନଙ୍କୁ ୬ ମାସ ମଧ୍ୟରେ ସୁଧ ସହିତ ଜମାରାଶି ଫେରସ୍ତ, ଶିକ୍ଷାନୁଷ୍ଠାନ ଓ ଚାକିରି କ୍ଷେତ୍ରରେ ପଛୁଆବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା, ଆଦିବାସୀ ଓ ଦଳିତଙ୍କର ନିଜ ଜମି ଉପରେ ସମ୍ପୂର୍ଣ୍ଣ ଅଧିକାର,୧୦୦ ଦିନ ମଧ୍ୟରେ ପେସା ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯିବା ଇତ୍ୟାଦି ଯୋଜନାକୁ ଏକ ଗ୍ୟାରେଣ୍ଟି କାର୍ଡ ଜରିଆରେ ଲୋକଙ୍କୁ  ବୁଝାଉଥିବାର ଦେଖିବାକୁ ମିଳୁଛି। ତେବେ ଏହି ନିର୍ବାଚନରେ କଂଗ୍ରେସ ପ୍ରତିଦ୍ବନ୍ଦ୍ୱୀ ଦଳକୁ କଡ଼ା ଟକ୍କର ଦେବ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?