ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ଏକଚାଟିଆ କାର୍ଯ୍ୟକୁ ଅନ୍ୟ ଦୁଇ ନିର୍ବାଚନ ଆୟୁକ୍ତ ସୁଖବୀର ସିଂହ ସାନ୍ଧୁ ଏବଂ ବିବେକ ଜୋଷୀ ଅନେକ ଥର ବିରୋଧ କରିଛନ୍ତି। ଏହି ଖବର ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଏସ୍‌ଆଇଆର୍‌ ପ୍ରକ୍ରିୟା ଏବଂ ସିଇସି ଜ୍ଞାନେଶଙ୍କ ଭୂମିକା ନେଇ ବଡ଼ ସନ୍ଦେହ ସୃଷ୍ଟି ହୋଇଛି। ଏନେଇ ବିରୋଧୀ ଦଳଗୁଡ଼ିକ ସିଇସିଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏପରିକି ଭୋଟର ତାଲିକା ହେରଫେର ଓ ‘ଭୋଟ ଚୋରି’ ଅଭିଯୋଗକୁ ନେଇ କଂଗ୍ରେସ ସିଇସି ଜ୍ଞାନେଶ କୁମାରଙ୍କୁ ତୁରନ୍ତ ପଦବୀରୁ ବହିଷ୍କାର, ଗିରଫଦାରି ଏବଂ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ନିଆଯାଇଥିବା ସମସ୍ତ ନିଷ୍ପତ୍ତିର ସ୍ବାଧୀନ ତଦନ୍ତ ଦାବି କରିଛି। ଏଥିପାଇଁ ଶୁକ୍ରବାର ୨୫ ତାରିଖଠାରୁ ସାରା ଦେଶରେ ୨ ପର୍ଯ୍ୟାୟରେ ବ୍ୟାପକ ଆନ୍ଦୋଳନ କରିବାକୁ ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ସାଧାରଣ ସମ୍ପାଦକ (ସଂଗଠନ) କେ. ସି. ବେଣୁଗୋପାଳଙ୍କ ସୂଚନା ଅନୁସାରେ, ଶୁକ୍ରବାର ସମସ୍ତ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି (ପିସିସି) ପକ୍ଷରୁ ନିଜ ନିଜ ରାଜ୍ୟ ନିର୍ବାଚନ ଆୟୋଗ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବିଶାଳ ପ୍ରତିବାଦ ଶୋଭାଯାତ୍ରା କରାଯିବ।

ସେହିପରି ଆସନ୍ତା ୨୮ ତାରିଖରେ ସମସ୍ତ ଜିଲା କଂଗ୍ରେସ କମିଟି (ଡିସିସି) ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୃହତ୍‌ ପ୍ରତିବାଦ ପ୍ରଦର୍ଶନ କରାଯିବ।
ଏହି ଏସ୍‌ଆଇଆର୍‌ ବିବାଦକୁ ନେଇ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ସିଇସି ଜ୍ଞାନେଶ କୁମାରଙ୍କୁ ‘ଦେଶଦ୍ରୋହୀ’ ବୋଲି ଅଭିହିତ କରିଛନ୍ତି। ନିର୍ବାଚନ ପ୍ରକ୍ରିୟା ଓ ନାଗରିକଙ୍କ ଭୋଟ ଅଧିକାରକୁ ନଷ୍ଟ କରାଯାଉଥିବା ଅଭିଯୋଗ କରି ସେ ସିଇସିଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାହୁଲ କହିଛନ୍ତି, ଏହା ଦେଶର ସମ୍ବିଧାନ ଓ ଆଇନଗତ ବ୍ୟବସ୍ଥା ଉପରେ ଏକ ବଡ଼ ଆକ୍ରମଣ ଏବଂ ଏଥିପାଇଁ ଦାୟୀ ବ୍ୟକ୍ତିମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କଂଗ୍ରେସ ନେତା ବେଣୁଗୋପାଳ କହିଛନ୍ତି, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଥମ ଦିନରୁ ଭାଜପା ନିୟନ୍ତ୍ରିତ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ମାଧ୍ୟମରେ ହେଉଥିବା ‘ବ୍ୟାପକ ଭୋଟ ଚୋରି’କୁ ପଦାରେ ପକାଇ ଆସୁଛନ୍ତି। ନିର୍ବାଚନ ଆୟୋଗଙ୍କ ଆଭ୍ୟନ୍ତରୀଣ ତଥ୍ୟ ସାମ୍ନାକୁ ଆସିବା ପରେ ସିଇସିଙ୍କ ବିରୋଧରେ ଗଣତନ୍ତ୍ର ବିରୋଧୀ କାର୍ଯ୍ୟର ପ୍ରମାଣ ମିଳିସାରିଛି। ଯେଉଁ ପର୍ଯ୍ୟନ୍ତ ଜ୍ଞାନେଶ କୁମାରଙ୍କୁ ପଦବୀରୁ ହଟା ନ ଯାଇଛି, ଜେଲ ପଠା ନ ଯାଇଛି ଏବଂ ସମସ୍ତ ନିଷ୍ପତ୍ତି ପ୍ରତ୍ୟାହାର କରା ନ ଯାଇଛି, ସେପର୍ଯ୍ୟନ୍ତ କଂଗ୍ରେସର ପ୍ରତିବାଦ ନୀରବଚ୍ଛିନ୍ନ ଭାବେ ଜାରି ରହିବ ବୋଲି ବେଣୁଗୋପାଳ କହିଛନ୍ତି।
ଅନ୍ୟପକ୍ଷରେ ସିପିଆଇ(ଏମ୍‌), ସିପିଆଇ, ସିପିଆଇ(ଏମ୍‌ଏଲ୍‌), ଆର୍‌ଏସ୍‌ପି ଏବଂ ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ଭଳି ୫ଟି ବାମପନ୍ଥୀ ଦଳ ମିଳିତ ଭାବେ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ନିଯୁକ୍ତି ପଦ୍ଧତିରେ ସଂସ୍କାର ଏବଂ ଏସ୍‌ଆଇଆର୍‌ ପ୍ରକ୍ରିୟାକୁ ତୁରନ୍ତ ସ୍ଥଗିତ ରଖିବାକୁ ଦାବି କରିଛନ୍ତି। ଏଥିପାଇଁ ସେପ୍ଟେମ୍ବର ୨୬ (ଭଗତ ସିଂହଙ୍କ ଜୟନ୍ତୀ)ରୁ ଅକ୍ଟୋବର ୨ (ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ) ପର୍ଯ୍ୟନ୍ତ ସାରା ଦେଶରେ ସପ୍ତାହବ୍ୟାପୀ ଗଣ ଆନ୍ଦୋଳନ କରାଯିବ ବୋଲି ଘୋଷଣା କରାଯାଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ଏ.କେ. ଗୋପାଳନ ଭବନରେ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ଏମ୍‌. ଏ. ବେବି, ସିପିଆଇ ସାଧାରଣ ସମ୍ପାଦକ ଡି. ରାଜା ଏବଂ ସିପିଆଇ(ଏମ୍‌ଏଲ୍‌)-ଲିବରେଶନ ସାଧାରଣ ସମ୍ପାଦକ ଦୀପଙ୍କର ଭଟ୍ଟାଚାର୍ଯ୍ୟଙ୍କ ମଧ୍ୟରେ ଏକ ଆଲୋଚନା ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପରେ ୫ ବାମ ଦଳ ପକ୍ଷରୁ ଏକ ମିଳିତ ବିବୃତ୍ତି ଜାରି କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?