Posted inଜାତୀୟ

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ ଯୁବ କଂଗ୍ରେସ ଆସନ୍ତା ୧୬ ତାରିଖରେ ସଂସଦ ଘେରାଉ ଆନ୍ଦୋଳନ କରିବାକୁ ଶନିବାର ଘୋଷଣା କରିଛି।

ଏକ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ କରି ଦିଲ୍ଲୀ ଯୁବକଂଗ୍ରେସ ସଭାପତି ଅକ୍ଷୟ ଲାକ୍ରା କହିଛନ୍ତି, ସାରା ଦେଶରୁ କଂଗ୍ରେସ ଯୁବ ସଂଗଠନର କର୍ମୀମାନେ ସେମାନଙ୍କ ରାଷ୍ଟ୍ରୀୟ ଅଧ୍ୟକ୍ଷ ଉଦୟଭାନୁ ଚିବ୍‌ଙ୍କ ସହ ଜନ୍ତର ମନ୍ତରଠାରେ ଏକତ୍ରିତ ହୋଇ କେନ୍ଦ୍ର ସରକାରଙ୍କ ନୀତି ଓ ଭାରତ-ଆମେରିକା ଟ୍ରେଡ୍‌ ଡିଲ୍‌ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବେ।

ଦିଲ୍ଲୀରେ ଏଆଇ ସମିଟ୍‌ ସମୟରେ ମଧ୍ୟ ଯୁବକଂଗ୍ରେସ ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ମାସରେ ଏଆଇ ଇମ୍ପାକ୍ଟ ସମିଟ୍‌ ସ୍ଥଳରେ ଖୋଲାଦେହରେ ବିକ୍ଷୋଭ କରିବାରୁ ଚିବ୍‌ଙ୍କୁ ଗିରଫ କରାଯାଇଥିଲା। ମାର୍ଚ୍ଚ ୩ରେ ତାଙ୍କୁ ତିହାର ଜେଲରୁ ମୁକ୍ତ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri