ନବରଙ୍ଗପୁରରେ କଂଗ୍ରେସର ଜନସମ୍ପର୍କ ପଦଯାତ୍ରା

ଉମରକୋଟ/ରାଇଘର, ୯।୭(ସ୍ବ.ପ୍ର./ଡି.ଏନ୍‌.ଏ.): ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ନବରଙ୍ଗପୁର ଗ୍ରସ୍ତ କରି ରାଇଘରରେ ଏକ ସଂକଳ୍ପ ସମାବେଶ ଓ ମହାମିଶ୍ରଣ ପର୍ବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ନବରଙ୍ଗପୁର ଜିଲା କଂଗ୍ରେସ କମିଟି ଆୟୋଜନ କରିଥିବା ବେଳେ ଜନ ସମ୍ପର୍କ ଯାତ୍ରା ମଧ୍ୟ ଜିଲାରେ ଆରମ୍ଭ କରାଯାଇଛି। ରାଜ୍ୟ ନେତୃବୃନ୍ଦ ନବରଙ୍ଗପୁରରେ ପହଞ୍ଚତ୍ବା ପରେ ସ୍ଥାନୀୟ ସର୍କିଟ ହାଉସରୁ ବିଭିନ୍ନ ପଦାଧିକାରୀଙ୍କ ସହ ଜନ ସମ୍ପର୍କ ଯାତ୍ରା ଶୁଭାରମ୍ଭ କରିଥିଲେ। ପ୍ରଥମେ ନବରଙ୍ଗପୁରରୁ ବାହାରି ପାପଡାହାଣ୍ଡି ଯାଇଥିଲେ। ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପିସିସି ସଭାପତି ଓ ପ୍ରଭାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉମରକୋଟ ଠାରେ ମଧ୍ୟ ଦଳୀୟ କାର୍ଯ୍ୟକ୍ରମ ରେ ଯୋଗ ଦେବା ସହ କରୋନା ରେ ପ୍ରାଣହରାଇଥିବା କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଉମରକୋଟରୁ ଯାଇ ରାଇଘରରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ। ପିସିସି ସଭାପତି ରାଇଘରରେ ପହଞ୍ଚତ୍ବା ପରେ ରାଇଘର ବ୍ଲକ ଅଫିସ ନିକଟରୁ ଅନେକ କର୍ମୀ ଓ ବାଜା ବଜାଇ ନାରାବାଜି କରି ତାଙ୍କୁ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ। ବୈଠକରେ ପିସିସି ସଭାପତି ଶରତ ପଟ୍ଟନାୟକ ମୁଖ୍ୟ ଅତିଥି, ଜୟପୁର ବିଧାୟକ ତାରା ବାହିନୀପତି, ପୁର୍ବତନ ବିଧାୟକ ଭୁଜବଳ ମାଝି, ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀଙ୍କ ସମେତ ନବରଙ୍ଗପୁର ଜିଲାର ବହୁ କର୍ମୀ ଉପସ୍ଥିତ ଥିଲେ। ଏହି ମିଶ୍ରଣ ପର୍ବରେ କୁନ୍ଦେଇର ପୂର୍ବତନ ସରପଞ୍ଚ ସନରାଜ ଗଣ୍ଡଙ୍କ ସମେତ ୧୫ରୁ ଊର୍ଦ୍ଧ କର୍ମୀ କଂଗ୍ରେସରେ ମିଶିଥିଲେ। ଯୋଗଦେଇଥିବା ଜଣାପଡିଛି। ବୈଠକ ଆରମ୍ଭରୁ ବର୍ଷା ଲଗାତର ହୋଇଥିବାରୁ ବୈଠକ ଫିକା ପଡିଥିବା ଦେଖିବାକୁ ମିଳିଥିଲା। ଏହି ବୈଠକ ରେ ୨୦୦୦ ରୁ ଉର୍ଦ୍ଧ ଜନ ସମାବେଶ ହୋଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri