ନବରଙ୍ଗପୁରରେ କଂଗ୍ରେସର ଜନସମ୍ପର୍କ ପଦଯାତ୍ରା

ଉମରକୋଟ/ରାଇଘର, ୯।୭(ସ୍ବ.ପ୍ର./ଡି.ଏନ୍‌.ଏ.): ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ନବରଙ୍ଗପୁର ଗ୍ରସ୍ତ କରି ରାଇଘରରେ ଏକ ସଂକଳ୍ପ ସମାବେଶ ଓ ମହାମିଶ୍ରଣ ପର୍ବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ନବରଙ୍ଗପୁର ଜିଲା କଂଗ୍ରେସ କମିଟି ଆୟୋଜନ କରିଥିବା ବେଳେ ଜନ ସମ୍ପର୍କ ଯାତ୍ରା ମଧ୍ୟ ଜିଲାରେ ଆରମ୍ଭ କରାଯାଇଛି। ରାଜ୍ୟ ନେତୃବୃନ୍ଦ ନବରଙ୍ଗପୁରରେ ପହଞ୍ଚତ୍ବା ପରେ ସ୍ଥାନୀୟ ସର୍କିଟ ହାଉସରୁ ବିଭିନ୍ନ ପଦାଧିକାରୀଙ୍କ ସହ ଜନ ସମ୍ପର୍କ ଯାତ୍ରା ଶୁଭାରମ୍ଭ କରିଥିଲେ। ପ୍ରଥମେ ନବରଙ୍ଗପୁରରୁ ବାହାରି ପାପଡାହାଣ୍ଡି ଯାଇଥିଲେ। ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପିସିସି ସଭାପତି ଓ ପ୍ରଭାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉମରକୋଟ ଠାରେ ମଧ୍ୟ ଦଳୀୟ କାର୍ଯ୍ୟକ୍ରମ ରେ ଯୋଗ ଦେବା ସହ କରୋନା ରେ ପ୍ରାଣହରାଇଥିବା କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଉମରକୋଟରୁ ଯାଇ ରାଇଘରରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ। ପିସିସି ସଭାପତି ରାଇଘରରେ ପହଞ୍ଚତ୍ବା ପରେ ରାଇଘର ବ୍ଲକ ଅଫିସ ନିକଟରୁ ଅନେକ କର୍ମୀ ଓ ବାଜା ବଜାଇ ନାରାବାଜି କରି ତାଙ୍କୁ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ। ବୈଠକରେ ପିସିସି ସଭାପତି ଶରତ ପଟ୍ଟନାୟକ ମୁଖ୍ୟ ଅତିଥି, ଜୟପୁର ବିଧାୟକ ତାରା ବାହିନୀପତି, ପୁର୍ବତନ ବିଧାୟକ ଭୁଜବଳ ମାଝି, ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀଙ୍କ ସମେତ ନବରଙ୍ଗପୁର ଜିଲାର ବହୁ କର୍ମୀ ଉପସ୍ଥିତ ଥିଲେ। ଏହି ମିଶ୍ରଣ ପର୍ବରେ କୁନ୍ଦେଇର ପୂର୍ବତନ ସରପଞ୍ଚ ସନରାଜ ଗଣ୍ଡଙ୍କ ସମେତ ୧୫ରୁ ଊର୍ଦ୍ଧ କର୍ମୀ କଂଗ୍ରେସରେ ମିଶିଥିଲେ। ଯୋଗଦେଇଥିବା ଜଣାପଡିଛି। ବୈଠକ ଆରମ୍ଭରୁ ବର୍ଷା ଲଗାତର ହୋଇଥିବାରୁ ବୈଠକ ଫିକା ପଡିଥିବା ଦେଖିବାକୁ ମିଳିଥିଲା। ଏହି ବୈଠକ ରେ ୨୦୦୦ ରୁ ଉର୍ଦ୍ଧ ଜନ ସମାବେଶ ହୋଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri