ଲୋକମତ ସଂସଦୀୟ ପୁରସ୍କାର ୨୦୨୩: ଶ୍ରେଷ୍ଠ ଏମପି ଭାବେ ବିଜେଡିର ସସ୍ମିତ ପାତ୍ର ଓ କଂଗ୍ରେସର ଶଶୀ ଥରୁର୍‌ ସମ୍ମାନୀତ

ନୂଆଦିଲ୍ଲୀ,୭।୨: ଲୋକମତ ସଂସଦୀୟ ପୁରସ୍କାର ୨୦୨୩ ପୁରସ୍କାରରେ ସମ୍ମାନୀତ ହୋଇଛନ୍ତି ବିଜେଡି ରାଜ୍ୟସଭା ଏମପି ସସ୍ମିତ ପାତ୍ରଙ୍କ ସମେତ କଂଗ୍ରେସର ଲୋକସଭା ଏମପି ଶଶୀ ଥରୁର୍‌। ଏହି ଦୁଇଜଣ ଶ୍ରେଷ୍ଠ ଏମପି ଭାବେ ସମ୍ମାନର ଅଧିକାରୀ ହୋଇଛନ୍ତି। ଏହିକ୍ରମରେ ଲୋକସଭାର ଶିରୋମଣି ଅକାଳୀ ଦଳର ଏମପି ହରସମରତ କୌର ବାଦଲ ଓ ଭାଜପା ରାଜ୍ୟସଭା ଏମପି ସରୋଜ ପାଣ୍ଡେଙ୍କୁ ଶ୍ରେଷ୍ଠ ମହିଳା ଏମପି ଭାବେ ପୁରସ୍କୃତ କରାଯାଇଛି।

ସେହିପରି ଲୋକସଭା ଏମପି ତଥା ବହୁଜନ ସମାଜ ପାର୍ଟି ଏମପି ଡାନିସ ଅଲ୍ଲୀ ଓ ସିପିଏମର ରାଜ୍ୟସଭା ଏମପି ଜନ ବ୍ରିଟ୍ଟାସ ବେଷ୍ଟ ଡେବ୍ୟୁଟାଣ୍ଟ ପାର୍ଲାମେଣ୍ଟରିଆନ୍ସରେ ସମ୍ମାନୀତ ହୋଇଛନ୍ତି। ସମାଜବାଦୀ ପାର୍ଟି ରାଜ୍ୟସଭା ଏମପି ରାମ ଗୋପାଳ ଯାଦବ ଓ ଭାଜପା ଲୋକସଭା ଏମପି ମେନକା ଗାନ୍ଧୀ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାର ପାଇଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ମୁଖ୍ୟ ଅତିଥି ଭାବେ ଓ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମାଦ ଆଠଓ୍ବାଲେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?