‘କନେକ୍ଟ’ ସ୍କାଏ ଲାଉଞ୍ଜ ଆଣ୍ଡ ରେଷ୍ଟୁରାଣ୍ଟ ଉଦ୍‌ଘାଟିତ

ନୂଆଦିଲ୍ଲୀ,୨୧।୧୨: ସ୍ମାର୍ଟ ସିଟି ଭୁବନେଶ୍ୱର ଧୀରେ ଧୀରେ ତା’ର କାୟା ବିସ୍ତାର କରିଚାଲିଛି। ଏପରିକି ବର୍ତ୍ତମାନର ସମୟକୁ ଆଖି ଆଗରେ ରଖି ରାଜଧାନୀର ଜନଗହିଳ ପୂର୍ଣ୍ଣ ଅଞ୍ଚଳରେ ‘କନେକ୍ଟ’ ସ୍କାଏ ଲାଉଞ୍ଜ ଆଣ୍ଡ ରେଷ୍ଟୁରାଣ୍ଟର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ଫ୍ୟାଶନେବୁଲ ନାଇଟ୍‌ କ୍ଲବ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତ୍ରୀ ତଥା ଡିଜେ ଗାର୍ଲ ଉଦିତା ଗୋସ୍ବାମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଫ୍ୟାଶନ ଡିଜାଇନର ସବ୍ୟସାଚୀ ଶତପଥୀ, ଲିପ୍ସା ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ଉଦିତା ଗୋସ୍ବାମୀଙ୍କ ଡିଜେ ଉପସ୍ଥିତ ଯୁବବର୍ଗ ଓ କର୍ମଚାରୀଙ୍କୁ ମନୋରଞ୍ଜନ କରାଇଥିଲା। ସେହିଭଳି ଓଡ଼ିଶାର ଖାଦ୍ୟ ଅତ୍ୟନ୍ତ ସ୍ବାଦିଷ୍ଟ ଏବଂ ବିଶେଷକରି ଓଡ଼ିଆ ଡାଲମା ତାଙ୍କର ବେଶ୍‌ ପ୍ରିୟ ବୋଲି ଉଦିତା ମତପ୍ରକାଶ କରିଥିଲେ। ଅପରପକ୍ଷରେ ‘କନେକ୍ଟ’ର ସ୍ବତ୍ୱାଧିକାରୀ ରୁଦ୍ରନାରାୟଣ ବେହେରା କହିଛନ୍ତି, ସହରରେ ଅନେକ ନୂଆ ନୂଆ ଡିଜାଇନ ଓ ମଡେଲର ରେଷ୍ଟୁରାଣ୍ଟ ରହିଥିବା ବେଳେ ଗୋଟିଏ ଛାତ ତଳେ ନାଚ, ଗୀତ, ଖାଦ୍ୟ ଓ ପ୍ରତିଭା ପ୍ରଦର୍ଶନର ଉପଯୁକ୍ତ ସ୍ଥାନର ଅଭାବ ଥିଲା। ଏହାକୁ ପୂରଣ କରିବା ଲକ୍ଷ୍ୟରେ ଏଭଳି ଏକ ମଡେଲର ଶୁଭାରମ୍ଭ କରାଯାଇଛି। ଏପରିକି ଉପରେ ରେଷ୍ଟୁରାଣ୍ଟ ଓ ତଳେ ନାଇଟ୍‌ କ୍ଲବ୍‌ ଏଭଳି ଏକ କନ୍‌ସେପ୍ଟ ପ୍ରଥମ ଥର ପାଇଁ ଓଡ଼ିଶାରେ ଆରମ୍ଭ ହୋଇଛି। ବିଶେଷକରି ସୁସ୍ବାଦୁ ଖାଦ୍ୟ ସହ ମନୋରଞ୍ଜନର ସମ୍ମିଶ୍ରଣ ଲୋକଙ୍କୁ ନିଶ୍ଚୟ ଆକୃଷ୍ଟ କରିବ ବୋଲି ବେହେରା ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri