ତଟାଞ୍ଚଳରେ ୭ ନଦୀକୁ ସଂଯୋଗ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ, ୨୯।୧: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି ଚାଲିଛି। ଚୂନବନ୍ଧଠାରୁ ସାନଆଙ୍କୋ, ପତ୍ରପୁରଠାରୁ ଗୋପାଳପୁର, ଟୁଙ୍ଗାଠାରୁ ବଉଳଯୋଡ଼ି ନଦୀବନ୍ଧ ପଥରପ୍ୟାକିଂ ହୋଇଥିଲେ ମଧ୍ୟ ଶୋଚନୀୟ ଅବସ୍ଥାରେ ଅଛି। କେବଳ ଆଳି ବ୍ଲକ ଅଞ୍ଚଳରେ ଏହି ନଦୀବନ୍ଧ ସମସ୍ୟା ଦେଖାଯାଇନାହିଁ। ଜିଲାର ୭ ନଦୀ ଓ ୨୭ ଶାଖା କେନାଲ ବନ୍ଧର ଦୁରବସ୍ଥା ସ୍ଥାନୀୟ ଗ୍ରାମବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଚାଷ ନଷ୍ଟ କରୁଛି। ନଦୀଗୁଡ଼ିକରେ ପ୍ରତିବର୍ଷ ବନ୍ୟାଜଳ ଆସି ଜିଲାର ଉପାନ୍ତ ଅଞ୍ଚଳରେ ଥିବା ୫୫ଟି ପଞ୍ଚାୟତବାସୀଙ୍କ ଜୀବନଯାତ୍ରାରେ ବାଧା ସୃଷ୍ଟି କରୁଛି। ପ୍ରଶାସନ ପକ୍ଷରୁ ଏହି ନଦୀବନ୍ଧକୁ ବର୍ଷାଦିନେ ମରାମତି କରାଯାଉଥିବାରୁ ସ୍ଥାନୀୟ ଜନସାଧାରଣ ଏହାକୁ ବିରୋଧ କରୁଛନ୍ତି। ଲୁଣା ତଟବନ୍ଧରେ ପଥର ପ୍ୟାକିଂ ଖସିଯାଉଥିବାରୁ ସମୁଦ୍ର ମାଡ଼ି ଆସିବା ଭୟ ସେମାନଙ୍କୁ ଆତଙ୍କିତ କରୁଛି। ମେ ମାସ ସୁଦ୍ଧା ସମସ୍ତ ନଦୀ, କେନାଲ ବନ୍ଧ ମରାମତି କାର୍ଯ୍ୟ ସାରିବା ଓ ସମୁଦ୍ରରେ ପଡ଼ିଥିବା ୭ ନଦୀକୁ ଏକ ବୃହତ୍‌ କେନାଲ ମାଧ୍ୟମରେ ସଂଯୋଗୀକରଣ କରି ବନୀକରଣକୁ ଗୁରୁତ୍ୱ ଦେବାକୁ ବୁଦ୍ଧିଜୀବୀ ଓ ପରିବେଶବିତ୍‌ମାନେ ଦାବି କରିଛନ୍ତି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ପ୍ରଶାନ୍ତ କୁମାର ନାୟକ କୁହନ୍ତି, କେନ୍ଦ୍ରାପଡ଼ା ଜିଲାରେ ଜଳ ସମ୍ପଦ ବିଭାଗର ୩ ଡିଭିଜନ ସହ ଆଳି ତଟବନ୍ଧ କାର୍ଯ୍ୟାଳୟ ଅଛି। ଏହି କାର୍ଯ୍ୟାଳୟ ମାଧ୍ୟମରେ ଜିଲାରେ ଥିବା ନଦୀ ଓ କେନାଲର ପରିଚାଳନା ହେଉଛି। ସେହିପରି ଜିଲାର ଶେଷ ମୁଣ୍ଡରେ ଥିବା ୪୮ କିଲୋମିଟର ଲମ୍ବର ସମୁଦ୍ର ତଟର ସୁରକ୍ଷା ଦାୟିତ୍ୱ ନେଇଛନ୍ତି। ଏହାସତ୍ତ୍ୱେ କ୍ଷେତ ପାଇଁ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି। ସେହିପରି ପ୍ରତିବର୍ଷ ବନ୍ୟା ଭୟରେ ୫୫ଟି ପଞ୍ଚାୟତବାସୀ ଆତଙ୍କିତ ହେଉଛନ୍ତି। ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ବର୍ଷାଦିନକୁ ଛାଡ଼ି ଅନ୍ୟ ଋତୁରେ କାର୍ଯ୍ୟ ହୋଇପାରନ୍ତା। ତେବେ ବିଭାଗୀୟ ଅଧିକାରୀ ବର୍ଷାଦିନ ଆରମ୍ଭରେ ଦୁର୍ବଳ ଚିହ୍ନିତ ନଦୀବନ୍ଧରେ ମାଟି ଓ ବାଲି ପକାଇ ଅର୍ଥ ଲୁଟୁଛନ୍ତି। ଯୋଜନାର ଅର୍ଥ ଖର୍ଚ୍ଚ ସତ୍ତ୍ୱେ ସମସ୍ୟାର ସମାଧାନ ହେଉନାହିଁ। ଏବେଠାରୁ ବନ୍ୟା ପ୍ରପୀଡ଼ିତ ଅଞ୍ଚଳକୁ ଚିହ୍ନଟୀକରଣ ସହ ଆସନ୍ତା ମେ ମାସ ସୁଦ୍ଧା ବନ୍ଧ ସୁଦୃଢ଼ୀକରଣ ପାଇଁ ସେ ଦାବି କରିଛନ୍ତି। ବୁଦ୍ଧିଜୀବୀ ରାଧାକନ୍ତ ମହାନ୍ତି ଓ ପରିବେଶବିତ ହେମନ୍ତ କୁମାର ରାଉତ କୁହନ୍ତି, ନଦୀ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି। ସମୁଦ୍ର ମୁହାଣ ପୋତି ହେଉଛି। ଏହାକୁ ଡେଜିଂ କରା ନ ଯିବାରୁ ବନ୍ୟା ସମୟରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହୋଇପାରୁନାହିଁ। ଏହା ବ୍ୟତୀତ ଜାନୁୟାରୀଠାରୁ ନଦୀଗୁଡିକ ଶୁଖିବା ଆରମ୍ଭ ହେଉଛି। ଫଳରେ ସ୍ଥାନୀୟ ଚାଷ ସହ ହେନ୍ତାଳବଣ ନଷ୍ଟ ହେଉଛି। ହେନ୍ତାଳବଣ ନଷ୍ଟ ଫଳରେ ତଟକ୍ଷୟ ଏକ ବଡ ସମସ୍ୟା ହୋଇଛି। ନିକଟରେ ସାତଭାୟାବାସୀ ୧୫ କିଲୋମିଟର ଦୂର ବଗପାଟିଆକୁ ସ୍ଥାନାନ୍ତର ହୋଇଛନ୍ତି। ଜିଓ ସିନ୍ଥେଟିକ ଟ୍ୟୁବୱାଲ ଜୁଆର ମାଡକୁ ସହି ପାରୁନାହିଁ। ଏଥିପାଇଁ ସମୁଦ୍ରର ୧୫ କିଲୋମିଟର ଦୂରରେ ନଦୀରେ ଶେଷ ମୁଣ୍ଡକୁ ଯୋଡି ତଟାଞ୍ଚଳରେ ଏକ ବୃହତ୍‌ କେନାଲ ଖୋଳାଯିବା ଆବଶ୍ୟକ ହୋଇଛି। ଏହାଦ୍ୱାରା ଖରାଦିନେ ଆବଶ୍ୟକ ପରିମାଣର କ୍ଷେତ ଓ ଜାତୀୟ ଉଦ୍ୟାନ ଭିତରକନିକାକୁ ମଧୁର ଜଳ ଛଡା ଯାଇପାରିବ। ସେହିପରି ନଦୀ, ନାଳରେ ବ୍ୟାରେଜ ଓ କ୍ରିକ ବନ୍ଧ ପାଇଁ ସେମାନେ ମତ ରଖିଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଚଳିତବର୍ଷ ପାଇଁ ଦୁର୍ବଳ ନଦୀବନ୍ଧର ସ୍ଥାନ ଚିହ୍ନଟ ହୋଇଛି। ଖରାଦିନ ମଧ୍ୟରେ ଏହାର ମରାମତି ହୋଇଯିବ। ୭ ନଦୀ ସଂଯୋଗୀକରଣ ସମ୍ପର୍କରେ ଅଦ୍ୟାବଧି କୌଣସି ପ୍ରସ୍ତାବ ନାହିଁ। ସ୍ଥାନ ଚିହ୍ନଟ, ଲୋକଙ୍କ ବିସ୍ଥାପନ, ପରିବେଶ ଓ ପରିସ୍ଥିତି ଅନୁଧ୍ୟାନ ପରେ ଏପରି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?