ତଟାଞ୍ଚଳରେ ୭ ନଦୀକୁ ସଂଯୋଗ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ, ୨୯।୧: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି ଚାଲିଛି। ଚୂନବନ୍ଧଠାରୁ ସାନଆଙ୍କୋ, ପତ୍ରପୁରଠାରୁ ଗୋପାଳପୁର, ଟୁଙ୍ଗାଠାରୁ ବଉଳଯୋଡ଼ି ନଦୀବନ୍ଧ ପଥରପ୍ୟାକିଂ ହୋଇଥିଲେ ମଧ୍ୟ ଶୋଚନୀୟ ଅବସ୍ଥାରେ ଅଛି। କେବଳ ଆଳି ବ୍ଲକ ଅଞ୍ଚଳରେ ଏହି ନଦୀବନ୍ଧ ସମସ୍ୟା ଦେଖାଯାଇନାହିଁ। ଜିଲାର ୭ ନଦୀ ଓ ୨୭ ଶାଖା କେନାଲ ବନ୍ଧର ଦୁରବସ୍ଥା ସ୍ଥାନୀୟ ଗ୍ରାମବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଚାଷ ନଷ୍ଟ କରୁଛି। ନଦୀଗୁଡ଼ିକରେ ପ୍ରତିବର୍ଷ ବନ୍ୟାଜଳ ଆସି ଜିଲାର ଉପାନ୍ତ ଅଞ୍ଚଳରେ ଥିବା ୫୫ଟି ପଞ୍ଚାୟତବାସୀଙ୍କ ଜୀବନଯାତ୍ରାରେ ବାଧା ସୃଷ୍ଟି କରୁଛି। ପ୍ରଶାସନ ପକ୍ଷରୁ ଏହି ନଦୀବନ୍ଧକୁ ବର୍ଷାଦିନେ ମରାମତି କରାଯାଉଥିବାରୁ ସ୍ଥାନୀୟ ଜନସାଧାରଣ ଏହାକୁ ବିରୋଧ କରୁଛନ୍ତି। ଲୁଣା ତଟବନ୍ଧରେ ପଥର ପ୍ୟାକିଂ ଖସିଯାଉଥିବାରୁ ସମୁଦ୍ର ମାଡ଼ି ଆସିବା ଭୟ ସେମାନଙ୍କୁ ଆତଙ୍କିତ କରୁଛି। ମେ ମାସ ସୁଦ୍ଧା ସମସ୍ତ ନଦୀ, କେନାଲ ବନ୍ଧ ମରାମତି କାର୍ଯ୍ୟ ସାରିବା ଓ ସମୁଦ୍ରରେ ପଡ଼ିଥିବା ୭ ନଦୀକୁ ଏକ ବୃହତ୍‌ କେନାଲ ମାଧ୍ୟମରେ ସଂଯୋଗୀକରଣ କରି ବନୀକରଣକୁ ଗୁରୁତ୍ୱ ଦେବାକୁ ବୁଦ୍ଧିଜୀବୀ ଓ ପରିବେଶବିତ୍‌ମାନେ ଦାବି କରିଛନ୍ତି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ପ୍ରଶାନ୍ତ କୁମାର ନାୟକ କୁହନ୍ତି, କେନ୍ଦ୍ରାପଡ଼ା ଜିଲାରେ ଜଳ ସମ୍ପଦ ବିଭାଗର ୩ ଡିଭିଜନ ସହ ଆଳି ତଟବନ୍ଧ କାର୍ଯ୍ୟାଳୟ ଅଛି। ଏହି କାର୍ଯ୍ୟାଳୟ ମାଧ୍ୟମରେ ଜିଲାରେ ଥିବା ନଦୀ ଓ କେନାଲର ପରିଚାଳନା ହେଉଛି। ସେହିପରି ଜିଲାର ଶେଷ ମୁଣ୍ଡରେ ଥିବା ୪୮ କିଲୋମିଟର ଲମ୍ବର ସମୁଦ୍ର ତଟର ସୁରକ୍ଷା ଦାୟିତ୍ୱ ନେଇଛନ୍ତି। ଏହାସତ୍ତ୍ୱେ କ୍ଷେତ ପାଇଁ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି। ସେହିପରି ପ୍ରତିବର୍ଷ ବନ୍ୟା ଭୟରେ ୫୫ଟି ପଞ୍ଚାୟତବାସୀ ଆତଙ୍କିତ ହେଉଛନ୍ତି। ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ବର୍ଷାଦିନକୁ ଛାଡ଼ି ଅନ୍ୟ ଋତୁରେ କାର୍ଯ୍ୟ ହୋଇପାରନ୍ତା। ତେବେ ବିଭାଗୀୟ ଅଧିକାରୀ ବର୍ଷାଦିନ ଆରମ୍ଭରେ ଦୁର୍ବଳ ଚିହ୍ନିତ ନଦୀବନ୍ଧରେ ମାଟି ଓ ବାଲି ପକାଇ ଅର୍ଥ ଲୁଟୁଛନ୍ତି। ଯୋଜନାର ଅର୍ଥ ଖର୍ଚ୍ଚ ସତ୍ତ୍ୱେ ସମସ୍ୟାର ସମାଧାନ ହେଉନାହିଁ। ଏବେଠାରୁ ବନ୍ୟା ପ୍ରପୀଡ଼ିତ ଅଞ୍ଚଳକୁ ଚିହ୍ନଟୀକରଣ ସହ ଆସନ୍ତା ମେ ମାସ ସୁଦ୍ଧା ବନ୍ଧ ସୁଦୃଢ଼ୀକରଣ ପାଇଁ ସେ ଦାବି କରିଛନ୍ତି। ବୁଦ୍ଧିଜୀବୀ ରାଧାକନ୍ତ ମହାନ୍ତି ଓ ପରିବେଶବିତ ହେମନ୍ତ କୁମାର ରାଉତ କୁହନ୍ତି, ନଦୀ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି। ସମୁଦ୍ର ମୁହାଣ ପୋତି ହେଉଛି। ଏହାକୁ ଡେଜିଂ କରା ନ ଯିବାରୁ ବନ୍ୟା ସମୟରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହୋଇପାରୁନାହିଁ। ଏହା ବ୍ୟତୀତ ଜାନୁୟାରୀଠାରୁ ନଦୀଗୁଡିକ ଶୁଖିବା ଆରମ୍ଭ ହେଉଛି। ଫଳରେ ସ୍ଥାନୀୟ ଚାଷ ସହ ହେନ୍ତାଳବଣ ନଷ୍ଟ ହେଉଛି। ହେନ୍ତାଳବଣ ନଷ୍ଟ ଫଳରେ ତଟକ୍ଷୟ ଏକ ବଡ ସମସ୍ୟା ହୋଇଛି। ନିକଟରେ ସାତଭାୟାବାସୀ ୧୫ କିଲୋମିଟର ଦୂର ବଗପାଟିଆକୁ ସ୍ଥାନାନ୍ତର ହୋଇଛନ୍ତି। ଜିଓ ସିନ୍ଥେଟିକ ଟ୍ୟୁବୱାଲ ଜୁଆର ମାଡକୁ ସହି ପାରୁନାହିଁ। ଏଥିପାଇଁ ସମୁଦ୍ରର ୧୫ କିଲୋମିଟର ଦୂରରେ ନଦୀରେ ଶେଷ ମୁଣ୍ଡକୁ ଯୋଡି ତଟାଞ୍ଚଳରେ ଏକ ବୃହତ୍‌ କେନାଲ ଖୋଳାଯିବା ଆବଶ୍ୟକ ହୋଇଛି। ଏହାଦ୍ୱାରା ଖରାଦିନେ ଆବଶ୍ୟକ ପରିମାଣର କ୍ଷେତ ଓ ଜାତୀୟ ଉଦ୍ୟାନ ଭିତରକନିକାକୁ ମଧୁର ଜଳ ଛଡା ଯାଇପାରିବ। ସେହିପରି ନଦୀ, ନାଳରେ ବ୍ୟାରେଜ ଓ କ୍ରିକ ବନ୍ଧ ପାଇଁ ସେମାନେ ମତ ରଖିଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଚଳିତବର୍ଷ ପାଇଁ ଦୁର୍ବଳ ନଦୀବନ୍ଧର ସ୍ଥାନ ଚିହ୍ନଟ ହୋଇଛି। ଖରାଦିନ ମଧ୍ୟରେ ଏହାର ମରାମତି ହୋଇଯିବ। ୭ ନଦୀ ସଂଯୋଗୀକରଣ ସମ୍ପର୍କରେ ଅଦ୍ୟାବଧି କୌଣସି ପ୍ରସ୍ତାବ ନାହିଁ। ସ୍ଥାନ ଚିହ୍ନଟ, ଲୋକଙ୍କ ବିସ୍ଥାପନ, ପରିବେଶ ଓ ପରିସ୍ଥିତି ଅନୁଧ୍ୟାନ ପରେ ଏପରି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri