କନୋଲି ଆୟର୍ଲାଣ୍ଡ ରାଷ୍ଟ୍ରପତି

ଲଣ୍ଡନ,୨୭।୧୦: ଆୟର୍ଲାଣ୍ଡରେ ଶନିବାର ଅନୁଷ୍ଠିତ ନିର୍ବାଚନରେ କାଥେରିନ୍‌ କନୋଲି ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। କନୋଲିଙ୍କ ସପକ୍ଷରେ ୬୦ ପ୍ରତିଶତ ଭୋଟ ଯାଇଥିବା ଜଣାପଡ଼ିଛି। ବିରୋଧୀ ପ୍ରାର୍ଥୀ ପରାଜୟ ସ୍ବୀକାର କରିନେଇଛନ୍ତିି। ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ବାମପନ୍ଥୀ ରାଜନୈତିକ ବିଚାରଧାରାକୁ ସମର୍ଥନ କରୁଥିବା ସ୍ବାଧୀନ ପ୍ରାର୍ଥୀ କନୋଲିଙ୍କୁ ଅଭିନନ୍ଦନ ଜଣାଇବାକୁ ଚାହାନ୍ତି ବୋଲି ସେଣ୍ଟର-ରାଇଟ୍‌ ପାର୍ଟି ପ୍ରାର୍ଥୀ ହିଥର ହମ୍ଫ୍ରେସ୍‌ ଗଣମାଧ୍ୟମକୁ କହିଛନ୍ତି। ୬୮ ବର୍ଷୀୟା କନୋଲିଙ୍କ ପ୍ରତି ଭୋଟରମାନଙ୍କ ଦୃଢ଼ ସମର୍ଥନ ରହିଥିବା ନିର୍ବାଚନରୁ ପ୍ରମାଣିତ ହୋଇଛି। ପୂର୍ବତନ ବାରିଷ୍ଟର ତଥା ୨୦୧୬ରୁ ସ୍ବାଧୀନ ସାଂସଦ ରହିଥିବା କନୋଲିଙ୍କୁ ସିନ୍‌ ଫେଇନ୍‌ ସମେତ ବାମପନ୍ଥୀ ଦଳ, ଲେବର ପାର୍ଟି ଓ ସୋସିଆଲ ଡେମୋକ୍ରାଟ୍ସ ସମର୍ଥନ ଜଣାଇଥିଲେ। ପ୍ରଥମ ଦିନରୁ ତାଙ୍କର ସମାବେଶୀ, ସମାନତା ଓ ସାମାଜିକ ନ୍ୟାୟ ବାର୍ତ୍ତା ଆୟର୍ଲାଣ୍ଡର ଭୋଟରଙ୍କ ମଧ୍ୟରେ ଗୁଞ୍ଜରିତ ହୋଇଥିଲା ବୋଲି ସୋସିଆଲ ଡେମୋକ୍ରାଟ୍ସ ନେତା ହୋଲି କେଇର୍ନସ କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri