Posted inଜାତୀୟ

‘ଅବିବାହିତ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସହମତିରେ ସମ୍ପର୍କ ଦୁଶ୍ଚରିତ୍ର ନୁହେଁ’

ନୂଆଦିଲ୍ଲୀ,୯ା୬(ପି.ଟି.): ଦୁଇଜଣ ଅବିବାହିତ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସହମତିରେ ଶାରୀରିକ ସମ୍ପର୍କକୁ ଦୁଶ୍ଚରିତ୍ର କୁହାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଲଙ୍ଗାନା ରାଜ୍ୟସ୍ତରୀୟ ପୋଲିସ ନିଯୁକ୍ତି ପରୀକ୍ଷାରେ ଜଣେ କନ୍‌ଷ୍ଟେବଲ ପଦବୀ ପାଇଁ ଚୟନ ହୋଇଥିବାବେଳେ ବିଫଳ ପ୍ରେମ ସମ୍ପର୍କକୁ ନେଇ ତାଙ୍କ ନାମରେ ଆପରାଧିକ ମାମଲା ଥିବାରୁ ତାଙ୍କ ନିଯୁକ୍ତିକୁ ଖାରଜ କରିଦିଆଯାଇଥିଲା। ସେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଜଷ୍ଟିସ୍‌ ମନମୋହନ ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ଉକ୍ତ ପିଟିଶନ୍‌ର ଶୁଣାଣି କରି ସମ୍ପୃକ୍ତ ଯୁବକଙ୍କୁ ନିଯୁକ୍ତି ପ୍ରଦାନ ଲାଗି ତେଲଙ୍ଗାନା ରାଜ୍ୟସ୍ତରୀୟ ପୋଲିସ ନିଯୁକ୍ତି ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଖଣ୍ଡପୀଠ କହଛନ୍ତି, ୨ ଜଣ ସହମତ ଥିବା ଅବିବାହିତ ପ୍ରାପ୍ତବୟସ୍କ ବ୍ୟକ୍ତିଙ୍କ ମଧ୍ୟରେ ଶାରୀରିକ ସମ୍ପର୍କକୁ ନେଇ ସେମାନଙ୍କ ଚରିତ୍ର ଉପରେ କୌଣସି ପ୍ରଶ୍ନ ଉଠାଯାଇପାରିବ ନାହିଁ ଏବଂ ଏହା ଉଠିବା ଉଚିତ ନୁହେଁ। ଏଭଳି ସମ୍ପର୍କ ରଖିବା ପାଇଁ କୌଣସି ଆଇନ ମନା କରିନାହିଁ। ପ୍ରାପ୍ତବୟସ୍କ ବ୍ୟକ୍ତି ନିଜ ପସନ୍ଦରେ ସମ୍ପର୍କ ବାଛିପାରିବେ ବୋଲି ଖଣ୍ଡପୀଠ କହିଛନ୍ତି। ତେଲଙ୍ଗାନା ହାଇକୋର୍ଟର ଜଣିକିଆ ଖଣ୍ଡପୀଠ ଷ୍ଟାଇପେଣ୍ଡାରି କ୍ୟାଡେଟ ଟ୍ରେନି ପୋଲିସ କନ୍‌ଷ୍ଟେବଲ୍‌ ପଦବୀରେ ନିଯୁକ୍ତି ସମ୍ପର୍କରେ ପୁନର୍ବିଚାର କରିବାକୁ ଦେଇଥିବା ନିର୍ଦ୍ଦେଶକୁ ସର୍ବୋଚ୍ଚ ଅଦାଲତ କାଏମ ରଖିଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ନେଇ ୨୦୧୪ରେ ମାମଲା ରୁଜୁ ହୋଇଥିଲା। ଏହା ଚରିତ୍ରହୀନତା ବୋଲି ଦର୍ଶାଇ ତେଲଙ୍ଗାନା ରାଜ୍ୟସ୍ତରୀୟ ପୋଲିସ ନିଯୁକ୍ତି ବୋର୍ଡ ତାଙ୍କ ନିଯୁକ୍ତିକୁ ବାତିଲ କରିଦେଇଥିଲା। ଜଣେ ପଡୋଶୀ ଯୁବତୀଙ୍କ ସହ ଯୁବକଙ୍କର ୪ ବର୍ଷ ତଳୁ ସମ୍ପର୍କ ରହିଥିଲା ଓ କୌଣସି କାରଣରୁ ତିକ୍ତତା ଦେଖାଦେବାରୁ ଯୁବତୀ ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିଲେ। ୨୦୧୫ରେ ଏକ ଲୋକ ଅଦାଲତରେ ଉଭୟ ପକ୍ଷଙ୍କ ସହମତିରେ ମାମଲାର ସମାଧାନ ହୋଇଥିଲା। ଯୁବକଙ୍କ ବିରୋଧରେ ଆଇପିସିର ଧାରା ୩୭୬ ଲାଗୁ ହୋଇ ନ ଥିଲା। ଏହାକୁ ଆଧାର କରି ସର୍ବୋଚ୍ଚ ଅଦାଲତ ଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
nbsp;

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?