ପାକିସ୍ତାନରେ ଗୋଟିଏ ଦିନରେ ନିର୍ବାଚନ ପାଇଁ ସହମତି…

ଇସଲାମାବାଦ,୩।୫ : ପାକିସ୍ତାନ ସରକାର ଏବଂ ବିରୋଧୀ ଦଳ ପିଟିଆଇ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ହୋଇଛି। ଏହା ଅନୁସାରେ ସମଗ୍ର ଦେଶରେ ଗୋଟିଏ ଦିନରେ ନିର୍ବାଚନ କରିବାକୁ ସହମତି ପ୍ରକାଶ ପାଇଛି। ତେବେ ନିର୍ବାଚନର ତାରିଖ ନେଇ ଏପର୍ଯ୍ୟନ୍ତ ସହମତି ପ୍ରକାଶ ହୋଇନାହିଁ। ମଙ୍ଗଳବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଶାସକ ଦଳ ଏବଂ ବିରୋଧୀଦଳ ନେତାଙ୍କ ମଧ୍ୟରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦୀର୍ଘ ଦିନ ଧରି ନିର୍ବାଚନ ହେବାର ଦାବି ନେଇ ପାକିସ୍ତାନରେ ଅବରୋଧ ପରିସ୍ଥିତି ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତିରେ ଦିନକରେ ନିର୍ବାଚନ କରିବାକୁ ରାଜି ହେବା ପାକିସ୍ତାନ ରାଜନୀତି ପାଇଁ ଏକ ବଡ ପଦକ୍ଷେପ।

 

ଇମ୍ରାନ ଖାନଙ୍କ ନେତୃତ୍ୱାଧୀନ ପାକିସ୍ତାନ ତେହେରିକ-ଇ-ଇନସାଫ ଦଳ ଦୀର୍ଘ ଦିନ ଧରି ପଞ୍ଜାବ ଏବଂ ଖାଇବର ପସ୍ତୁନଖ୍ବା ପ୍ରଦେଶରେ ନିର୍ବାଚନ ଦାବି କରିଆସୁଛି। ବାହାନା କରି ସରକାର ଏହାକୁ ଏଡାଇବାକୁ ଚେଷ୍ଟା କରୁଥିଲେ। ବର୍ତ୍ତମାନ ଉଭୟ ଦଳର ବୈଠକରେ ସମସ୍ତ ପ୍ରାଦେଶିକ ଏବଂ କେନ୍ଦ୍ରୀୟ ନିର୍ବାଚନ ଗୋଟିଏ ଦିନରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉଭୟ ଦଳର ବୈଠକରେ ମଧ୍ୟ ସହମତି ପ୍ରକାଶ ପାଇଛି ଯେ ଏହି ନିର୍ବାଚନ ଏକ କେୟାରଟେକର ସେଟଅପଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହେବ, ଯାହାଦ୍ୱାରା ନିର୍ବାଚନର ନିରପେକ୍ଷତା ବଜାୟ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri