କୁମ୍ଭୀର ରହୁଥିବା ନଦୀ ଗଣ୍ଡ ପୋତିବାକୁ ସହମତି

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଘୋଡାହଡ ଜଳଭଣ୍ଡାର ଏବଂ ଆଖପାଖ ନଦୀଗଣ୍ଡ ଗୁଡ଼ିକରେ ବାରମ୍ବାର କୁମ୍ଭୀର ଆକ୍ରମଣ ପରେ ଶୁକ୍ରବାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ ଜଳସମ୍ପଦ ବିଭାଗୀୟ ଅଧିକାରୀବୃନ୍ଦ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏଥିସହ ବିଭିନ୍ନ ଗ୍ରାମର ବାସିନ୍ଦାଙ୍କ ସହ ଏହାର ସମାଧାନ ପାଇଁ ଆଲୋଚନା କରି ଫେରିଛନ୍ତି। ବ୍ଲକ ଅଧିନ ଖମ୍ବାରୀ ଗାଁ ନିକଟରେ ଥିବା ଘୋଡାହଡ ଡ୍ୟାମ ଏବଂ ନଦୀଗଣ୍ଡଗୁଡ଼ିକରେ କୁମ୍ଭୀରମାନେ ରହୁଥିବା ବେଳେ ଗତ କିଛି ଦିନ ହେଲା କୁମ୍ଭୀରଙ୍କ ଆତଙ୍କରେ ଗ୍ରାମବାସୀ ଭୟଭୀତ ହୋଇପଡୁଥିବା ଜଣାପଡିଛି । ଗତ ଜୁନ ୨୫ ତାରିଖରେ କୁମ୍ଭୀର ଆକ୍ରମଣରେ ସେବକ ଟିକରପଡା ଗ୍ରାମର ଶୁଭ୍ରାଂଶୁ ଗୌଡ଼ ନାମକ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ଖମ୍ବାରୀ ଗାଁ ସାଗର ବନ୍ଧରେ ଗାଧୋଇବା ସମୟରେ ଜଣେ ରାଜମିସ୍ତ୍ରୀ ଟୁକୁନା ବେହେରା ଗୁରୁତର ଆହତ ହୋଇଥିଲେ। ଫଳରେ ଗ୍ରାମବାସୀ ଉତ୍ତେଜିତ ହୋଇ କୁମ୍ଭୀରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ନେଇ ପ୍ରଶାସନ ନିକଟରେ ଦାବି କରିଥିଲେ। ଏ ନେଇ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ. ସଞ୍ଜୀବ କୁମାର ଦାସ ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ୭ ଜଣିଆ ଯାଞ୍ଚ କମିଟି ଗଠନ ହୋଇଥିଲା। ଶୁକ୍ରବାର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ସମେତ ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଇଂ. ଗୋକୁଳ ଚନ୍ଦ୍ର ପାଢ଼ୀ, ବ୍ରହ୍ମପୁର ଅଧିକ୍ଷଣ ଯନ୍ତ୍ରୀ ଇଂ. ଜୟଦୀପ ପଣ୍ଡା, ଛେଳିଗଡ କେନାଲ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ଉମେଶ କୁମାର ପଟ୍ଟନାୟକ, ବ୍ରହ୍ମପୁର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ସରୋଜ ପ୍ରହରାଜ, ହିଞ୍ଜିଳି କାଟୁ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଜଗନ୍ନାଥ ଦାସ, ଦିଗପହଣ୍ଡି ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଏ. ଗୋପାଳ ରାଓ , ସହକାରୀ ଯନ୍ତ୍ରୀ ଇଂ. କ୍ଷୀରୋଦ ବେହେରା, ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ ପ୍ରକାଶ ଚନ୍ଦ୍ର ବେହେରା, ତହସିଲଦାର ସିପକ କୁମାର ପାତ୍ର ପ୍ରମୁଖ ଟିକରପଡା ଗ୍ରାମ ନିକଟରେ ଥିବା ନଦୀଗଣ୍ଡ ପରିଦର୍ଶନ କରିଥିଲେ। ଗ୍ରାମବାସୀଙ୍କ ଅନୁରୋଧ ରକ୍ଷାକରି ଅଧିକାରୀମାନେ ନଦୀଗଣ୍ଡର ଉଭୟ ପାର୍ଶରେ କାନ୍ଥ କରି ଏକ ଚ୍ୟାନେଲ ଦ୍ବାରା ପାଣିକୁ ନଦୀକୁ ଛଡାଯିବା ନେଇ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଏହି ପରିଦର୍ଶନ ସମୟରେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼ଙ୍କ ସମେତ ବହୁସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri