କୁମ୍ଭୀର ରହୁଥିବା ନଦୀ ଗଣ୍ଡ ପୋତିବାକୁ ସହମତି

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଘୋଡାହଡ ଜଳଭଣ୍ଡାର ଏବଂ ଆଖପାଖ ନଦୀଗଣ୍ଡ ଗୁଡ଼ିକରେ ବାରମ୍ବାର କୁମ୍ଭୀର ଆକ୍ରମଣ ପରେ ଶୁକ୍ରବାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ ଜଳସମ୍ପଦ ବିଭାଗୀୟ ଅଧିକାରୀବୃନ୍ଦ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏଥିସହ ବିଭିନ୍ନ ଗ୍ରାମର ବାସିନ୍ଦାଙ୍କ ସହ ଏହାର ସମାଧାନ ପାଇଁ ଆଲୋଚନା କରି ଫେରିଛନ୍ତି। ବ୍ଲକ ଅଧିନ ଖମ୍ବାରୀ ଗାଁ ନିକଟରେ ଥିବା ଘୋଡାହଡ ଡ୍ୟାମ ଏବଂ ନଦୀଗଣ୍ଡଗୁଡ଼ିକରେ କୁମ୍ଭୀରମାନେ ରହୁଥିବା ବେଳେ ଗତ କିଛି ଦିନ ହେଲା କୁମ୍ଭୀରଙ୍କ ଆତଙ୍କରେ ଗ୍ରାମବାସୀ ଭୟଭୀତ ହୋଇପଡୁଥିବା ଜଣାପଡିଛି । ଗତ ଜୁନ ୨୫ ତାରିଖରେ କୁମ୍ଭୀର ଆକ୍ରମଣରେ ସେବକ ଟିକରପଡା ଗ୍ରାମର ଶୁଭ୍ରାଂଶୁ ଗୌଡ଼ ନାମକ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ଖମ୍ବାରୀ ଗାଁ ସାଗର ବନ୍ଧରେ ଗାଧୋଇବା ସମୟରେ ଜଣେ ରାଜମିସ୍ତ୍ରୀ ଟୁକୁନା ବେହେରା ଗୁରୁତର ଆହତ ହୋଇଥିଲେ। ଫଳରେ ଗ୍ରାମବାସୀ ଉତ୍ତେଜିତ ହୋଇ କୁମ୍ଭୀରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ନେଇ ପ୍ରଶାସନ ନିକଟରେ ଦାବି କରିଥିଲେ। ଏ ନେଇ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ. ସଞ୍ଜୀବ କୁମାର ଦାସ ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ୭ ଜଣିଆ ଯାଞ୍ଚ କମିଟି ଗଠନ ହୋଇଥିଲା। ଶୁକ୍ରବାର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ସମେତ ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଇଂ. ଗୋକୁଳ ଚନ୍ଦ୍ର ପାଢ଼ୀ, ବ୍ରହ୍ମପୁର ଅଧିକ୍ଷଣ ଯନ୍ତ୍ରୀ ଇଂ. ଜୟଦୀପ ପଣ୍ଡା, ଛେଳିଗଡ କେନାଲ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ଉମେଶ କୁମାର ପଟ୍ଟନାୟକ, ବ୍ରହ୍ମପୁର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ସରୋଜ ପ୍ରହରାଜ, ହିଞ୍ଜିଳି କାଟୁ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଜଗନ୍ନାଥ ଦାସ, ଦିଗପହଣ୍ଡି ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଏ. ଗୋପାଳ ରାଓ , ସହକାରୀ ଯନ୍ତ୍ରୀ ଇଂ. କ୍ଷୀରୋଦ ବେହେରା, ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ ପ୍ରକାଶ ଚନ୍ଦ୍ର ବେହେରା, ତହସିଲଦାର ସିପକ କୁମାର ପାତ୍ର ପ୍ରମୁଖ ଟିକରପଡା ଗ୍ରାମ ନିକଟରେ ଥିବା ନଦୀଗଣ୍ଡ ପରିଦର୍ଶନ କରିଥିଲେ। ଗ୍ରାମବାସୀଙ୍କ ଅନୁରୋଧ ରକ୍ଷାକରି ଅଧିକାରୀମାନେ ନଦୀଗଣ୍ଡର ଉଭୟ ପାର୍ଶରେ କାନ୍ଥ କରି ଏକ ଚ୍ୟାନେଲ ଦ୍ବାରା ପାଣିକୁ ନଦୀକୁ ଛଡାଯିବା ନେଇ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଏହି ପରିଦର୍ଶନ ସମୟରେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼ଙ୍କ ସମେତ ବହୁସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ମେରିକମ୍‌ଙ୍କୁ ପଛରେ ପକାଇ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?