‘ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷରେ ପହଞ୍ଚାଏ’

ବଡବିଲ/ଯୋଡ଼ା,୭ା୧(ଡି.ଏନ.ଏ): ଲେଖକମାନେ ଆତ୍ମାର କମ୍ପନରୁ ଶବ୍ଦ ଆଣି ଲେଖନୀ ଚଳାଇଥାନ୍ତି। ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷ ସ୍ଥାନକୁ ପହଞ୍ଚାଇ ଥାଏ। ଓଡ଼ିଶାର ଲେଖକଙ୍କ ଉପରେ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ଶତକଡ଼ା ୯୦ ଭାଗ ସାହିତି୍ୟକ, ଲେଖକ ମୁଖ୍ୟତଃ ଭାରତବର୍ଷରେ ନୀତିଶାସ୍ତ୍ର, ସମ୍ବନ୍ଧ ଶାସ୍ତ୍ର, ଅତମ୍ବିକା ଶାସ୍ତ୍ର ସମେତ ନେତୃତ୍ୱ ସମ୍ବନ୍ଧରେ ରଚନା କରନ୍ତି। ଲେଖକ ସର୍ବଦା ସର୍ବଧର୍ମ ପ୍ରିୟ ବୋଲି କେନ୍ଦୁଝର ଜିଲା ଯୋଡ଼ାଠାରେ ଭ୍ୟାଲିସିଟି ପୁସ୍ତକମେଳାର ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଗଣେଣୀ ଲାଲ ଅଭିଭାଷଣରେ କହିଥିଲେ।
ଯୋଡ଼ା ଇଷ୍ଟ ଦୁର୍ଗାପୂଜା ପେଣ୍ଡାଲଠାରେ ଆୟୋଜିତ ପୁସ୍ତକମେଳାରେ ମା’ତାରିଣୀଙ୍କ ଫଟୋଚିତ୍ର ସମ୍ମୁଖରେ ରାଜ୍ୟପାଳ ପ୍ରଥମେ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ। ରାଜପାଳ ବିଳମ୍ବରେ ସଭାରେ ପହଞ୍ଚତ୍ଥିବାରୁ ଉଦାରତା ସହ କ୍ଷମାପ୍ରାର୍ଥନା କରିଥିଲେ। ସରସ୍ବତୀ ଶିଶୁ ମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ଅଧ୍ୟାପିକା ଲେଖିକା ଡଃ ଆଭା ବଳଙ୍କ ଦ୍ୱାରା ଲିଖିତ ‘ତୁଳସୀ ମୁଣ୍ଡାଙ୍କ ସ୍ମୃତି’ ପୁସ୍ତକର ଉନ୍ମୋଚନ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବେ ସମାଜସେବୀ ପଦ୍ମଶ୍ରୀ ଡ. ତୁଳସୀ ମୁଣ୍ଡା, ଯୋଡ଼ା ପୌରାଧ୍ୟକ୍ଷ ଜଗଦିଶ ପ୍ରସାଦ ସାହୁ, ପୁସ୍ତକ ମେଳାର ଆୟୋଜନ କମିଟି ଆବାହକ ତାରିଣୀ ପ୍ରସାଦ ମହାନ୍ତି ଯୋଗଦେଇଥିଲେ। ୫ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପୁସ୍ତକମେଳାରେ ବିଭିନ୍ନ ପ୍ରକାଶନ ସଂସ୍ଥା ପକ୍ଷରୁ ବିଶିଷ୍ଟ ଳେଖିକା, ଲେଖକଙ୍କ ପୁସ୍ତକମାନ ସ୍ଥାନ ପାଇଥିଲା। ପରେ ରାଜ୍ୟପାଳ, ପଦ୍ମଶ୍ରୀ ଡ.ତୁଳସୀମୁଣ୍ଡାଙ୍କ ବଡବିଲ ସେରେଣ୍ଡାସ୍ଥିତ ଆଦିବାସୀ ବିକାଶ ସମିତି ଆଶ୍ରମ ପରିଦର୍ଶନ କରିଥିଲେ। ଅନ୍ତେବାସୀଙ୍କ ସହ ମଧ୍ୟାହ୍ନ ଭୋଜନ କରିବା ସହ ବାର୍ତ୍ତାଳାପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?