Posted inଖେଳ

ସୁପର ଓଭରରେ ଜିମ୍ବାଓ୍ବେକୁ ସାନ୍ତ୍ୱନାମୂଳକ ବିଜୟ

ରାଓ୍ବଲପିଣ୍ଡି, ୪।୧୧: ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଜିମ୍ବାଓ୍ବେ ସୁପର ଓଭରରେ ବିଜୟୀ ହୋଇଛି। ଟସ୍‌ ଜିତି ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ ହରାଇ ୨୭୮ ରନ କରିଥିଲା। ଜବାବରେ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ୧୨୫ ରନର ଶତକୀୟ ଇନିଂସ ବଳରେ ୫୦ ଓଭରରେ ୯ ଉଇକେଟ ହରାଇ ସମାନ ୨୭୮ ରନରେ ସୀମିତ ରହିଥିଲା ଓ ମ୍ୟାଚ୍‌ ଟାଇ ହୋଇଥିଲା। ଫଳରେ ସୁପର ଓଭରର ସହାୟତା ନିଆଯାଇଥିଲା ଓ ଏଥିରେ ଜିମ୍ବାଓ୍ବେ ବିଜୟୀ ହୋଇଥିଲା। ପରାସ୍ତ ହୋଇଥିଲେ ମଧ୍ୟ ପାକିସ୍ତାନ ୨-୧ରେ ସିରିଜ ହାତେଇଛି।
ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ତରଫରୁ ସିନ୍‌ ଓ୍ବିଲିୟମ୍ସ ସର୍ବାଧିକ ଅପରାଜିତ ୧୧୮ ରନର ଶତକୀୟ ପାଳି ଖେଳିଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ବ୍ରେଣ୍ଡନ ଟେଲର ୫୬, ସିକନ୍ଦର ରାଜା ୪୫, ଓ୍ବେସଲି ମାଧେଭେର ୩୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ପାକିସ୍ତାନର ମହମ୍ମଦ ହାସ୍‌ନେନ ସର୍ବାଧିକ ୫ ଓ ଓ୍ବାହାବ ରିୟାଜ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଅପରପକ୍ଷରେ ପାକିସ୍ତାନ ତରଫରୁ ବାବର ୧୨୫, ଓ୍ବାହାବ ରିୟାଜ ୫୨, ଖୁସ୍‌ଦିଲ ଶାହା ୩୩ ରନ ସଂଗ୍ରହ କରିଥିଲେ ଓ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଜିମ୍ବାଓ୍ବେର ବ୍ଲେସିଂ ମୁଜାରବାନି ସର୍ବାଧିକ ୫, ରିଚାର୍ଡ ଏନ୍‌ଗାରାଭା ଓ ଡୋନାଲ୍ଡ ତିରିପାନୋ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଜିମ୍ବାଓ୍ବେ ୫୦ ଓଭରରେ ୨୭୮/୬
(ଓ୍ବିଲିୟମ୍ସ-୧୧୮*, ଟେଲର-୫୬, ରାଜା-୪୫, ମାଧେଭେର-୩୩, ହାସନେନ-୫/୨୬)।
ପାକିସ୍ତାନ ୫୦ ଓଭରରେ ୨୭୮/୯
(ବାବର-୧୨୫, ରିୟାଜ-୫୨, ଖୁସ୍‌ଦିଲ-୩୩, ମୁଜାରବାନି-୫/୪୯, ଏନ୍‌ଗାରାଭା- ୨/୬୨, ତିରିପାନୋ- ୨/୩୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri