Posted inଜାତୀୟ

ତୁର୍କୀରେ କଶ୍ମୀର ବିରୁଦ୍ଧରେ ଷଡଯନ୍ତ୍ର: ଅଗଷ୍ଟ ୫ ପାଇଁ ‘ମିଶନ ଡ୍ରଇଂ ଡିଜାଇନ’ ରଚିଛି ପାକିସ୍ତାନ!…

ନୂଆଦିଲ୍ଲୀ,୧।୮ : ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଯିବା ବାର୍ଷିକୀ ପାଖେଇ ଆସୁଥିବାରୁ ପାକିସ୍ତାନ ଷଡଯନ୍ତ୍ର ରଚିଛି। ଏଥିପାଇଁ ପାକିସ୍ତାନ କେବଳ ଇସଲାମାବାଦ ନୁହେଁ ୫ ଅଗଷ୍ଟରେ ତୁର୍କୀର ରାଜଧାନୀ ଅଙ୍କାରରୁ ଭାରତ ବିରୋଧରେ ଏକ ବଡ ଷଡଯନ୍ତ୍ର ରଚିଛି। ସୂଚନାନୁସାରେ, କଶ୍ମୀରରୁ ଧାରା ୩୭୦ ହଟାଇବାର ୪ ବର୍ଷ ପୂରଣ ଅବସରରେ ପାକିସ୍ତାନ ଅଗଷ୍ଟ ୫ ପାଇଁ ଇସଲାମାବାଦରୁ “ମିଶନ ଡ୍ରଇଂ ଡିଜାଇନ” ଆରମ୍ଭ କରିଛି। ଏହି ମିଶନରେ କେବଳ ଜମ୍ମୁ-କଶ୍ମୀର ନୁହେଁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ନିରୀହ ପିଲାମାନଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରିବା ପାଇଁ ଏକ ଷଡଯନ୍ତ୍ର ରଚାଯାଇଛି। ଛୋଟ ପିଲାଙ୍କୁ ବିଭ୍ରାନ୍ତ କରିବାରେ ଡ଼େଯନ୍ତ୍ର ରଚାଯାଇଛି। ବର୍ତ୍ତମାନ, ଅଗଷ୍ଟ ୫କୁ ନେଇଦେଶର ଗୁପ୍ତଚର ଏଜେନ୍ସି ଏବଂ ପ୍ରତିରକ୍ଷା ଏଜେନ୍ସିଗୁଡ଼ିକ ସତର୍କ ହୋଇଥିବାବେଳେ ଜମ୍ମୁ-କଶ୍ମୀରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସୂଚନାନୁସାରେ, କଶ୍ମୀରରୁ ଧାରା ୩୭୦ ହଟାଇବାକୁ ବିରୋଧ କରିବାକୁ ପାକିସ୍ତାନ ଏକ ବଡ ଷଡଯନ୍ତ୍ର ଆରମ୍ଭ କରିଛି। ଗୁପ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତୁର୍କୀର ରାଜଧାନୀ ଅଙ୍କାରରୁ ପାକିସ୍ତାନ ଏହାକୁ ଆରମ୍ଭ କରିଛି।

 

ସୂଚନାନୁସାରେ, ଇସଲାମାବାଦ ଏବଂ ୟାସିନ ମଲିକଙ୍କ ଆତଙ୍କବାଦୀ ସଂଗଠନ “ଜମ୍ମୁ-କଶ୍ମୀର ଲିବରେଶନ ଫ୍ରଣ୍ଟ” ଆତଙ୍କବାଦୀ କାର୍ଯ୍ୟକଳାପରେ ଜଡିତ ସଂଗଠନ “ୟୁଥ ଫୋରମ ଫର କଶ୍ମୀର” ଜମ୍ମୁ-କଶ୍ମୀରରେ ସହିତ ପିଓକେ ପାଇଁ ମିଶନ ଡ୍ରଇଂ ଡିଜାଇନ କରାଯାଇଛି। ନିରୀହ ପିଲାମାନଙ୍କର ମନକୁ ବିଭ୍ରାନ୍ତ କରିବା ପାଇଁ ଧାରା ୩୭୦ ଉଚ୍ଛେଦ ନେଇ ଡ୍ରଇଁ ପ୍ରତିଯୋଗୀତା କରିବା ଲାଗି ପାକିସ୍ତାନ ଏବଂ ଆତଙ୍କବାଦୀ ସଂଗଠନ ମଧ୍ୟ ହଜାର ହଜାର ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri