ଏକଛତ୍ରବାଦୀ ଶାସକଙ୍କ ଷଡ଼ଯନ୍ତ୍ର,ଜୀବନ ଭୟରେ ଚାଇନା ପଳାଇଥିବା ଲୋକଙ୍କୁ କରାଯିବ ହତ୍ୟା…

ପୋୟଙ୍ଗୟାଙ୍ଗ୍‌,୨୫।୭: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ନୂଆ ଷଡ଼ଯନ୍ତ୍ର ରଚିଛନ୍ତି। ଜୀବନ ଭୟରେ ଦେଶ ଛାଡ଼ି ଚାଇନା ପଳାଇଥିବା ଲୋକଙ୍କୁ ହତ୍ୟା କରିବା ଲାଗି କିମ୍‌ଙ୍କ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ଉତ୍ତର କୋରିଆର ସୈନ୍ୟ, ବାୟୁସେନା ପାଇଲଟ୍‌ ସହିତ ପ୍ରାୟ ୫୦ ଜଣଙ୍କୁ ଚାଇନା ଫେରାଇ ଦେଇଛି। ଡୈଗଡୋଗ୍ନର କଷ୍ଟମ କାର୍ଯ୍ୟାଳୟକୁ ଗୋଟିଏ ଦିନ ପାଇଁ ଖୋଲାଯାଇଥିଲା। ଦୁଇଟି ବସ୍‌ରେ ଚାଇନା ପଳାଇଥିବା ଉତ୍ତର କୋରିଆ ବାସିନ୍ଦା ସ୍ବଦେଶ ଫେରିଥିଲେ। ଯେପରି କୌଣସି ରେକର୍ଡିଂ କରାଯାଇ ପାରିବ ନାହିଁ ସେଥିପାଇଁ କଷ୍ଟମ କାର୍ଯ୍ୟାଳୟ ନିକଟରେ କଡ଼ା ପୋଲିସ ପହରାର ବ୍ୟବସ୍ଥା କରାଯାଇଥିଲା। ଉତ୍ତର କୋରିଆରୁ ପଳାଇ ଆସିଥିବା ବାସିନ୍ଦାଙ୍କୁ ଫେରାଇବା ଲାଗି ପୂର୍ବରୁ ଚାଇନା କହିଥିଲା। ତେବେ କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତର କୋରିଆ ମନା କରିଥିଲା। ଏବେ ପରିସ୍ଥିତିରେ ସୁଧାର ଆସିବାରୁ ଚାଇନା ଧରାପଡ଼ିଥିବା ଲୋକଙ୍କୁ ଉତ୍ତର କୋରିଆକୁ ଫେରାଇ ଦେଇଛି। ସେମାନଙ୍କୁ ଗୁଳି କରି ହତ୍ୟା କରାଯିବାର ଷଡ଼ଯନ୍ତ୍ର ରଚାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri