Posted inଜାତୀୟ

୪ କୃଷକ ନେତାଙ୍କୁ ହତ୍ୟା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୨୪।୧(ପି.ଟି.): ୪ ଜଣ କୃଷକ ନେତାଙ୍କୁ ହତ୍ୟା କରିବା ସହ ଜାନୁୟାରୀ ୨୬ରେ ଦିଲ୍ଲୀରେ ହେବାକୁ ଥିବା ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଭଣ୍ଡୁର କରିବା ନିମନ୍ତେ ଷଡ଼ଯନ୍ତ୍ର ହେଉଥିବା ଶନିବାର ଆନ୍ଦୋଳନରତ ଚାଷୀ ସଂଗଠନର ନେତାମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀ ସିଙ୍ଘୁ ସୀମାର ଆନ୍ଦୋଳନ ସ୍ଥଳରୁ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ଚାଷୀମାନେ କାବୁ କରିନେଇ ଏକ ଖବରଦାତା ସମ୍ମିଳନୀରେ ହାଜର କରାଇଥିଲେ। କୃଷକ ନେତାଙ୍କୁ ଗୁଳି କରିବା ଲାଗି ତାଙ୍କୁ ନିୟୋଜିତ କରାଯାଇଥିବା ଅଭିଯୋଗ ହୋଇଛି। ଟ୍ରାକ୍ଟର ରାଲି ବେଳେ ତାଙ୍କ ସହଯୋଗୀମାନଙ୍କୁ ପୋଲିସ ପୋଷାକରେ ରହି ଚାଷୀଙ୍କ ଉପରେ ଲାଠିମାଡ଼ କରିବାକୁ କୁହାଯାଇଥିବା ସେ ସ୍ବୀକାର କରିଥିଲେ। ଯୋଗେଶ ନାମକ ଉକ୍ତ ବ୍ୟକ୍ତିଙ୍କୁ ସୋନେପତ୍‌ ପୋଲିସ ଗିରଫ କରିଛି। ପରେ ସେ ମତ ବଦଳାଇ ଚାଷୀମାନେ ପ୍ରସ୍ତୁତ କରିଥିବା ଲେଖାକୁ ଗଣମାଧ୍ୟମ ଆଗରେ ପଢ଼ିଥିବା କହିଛନ୍ତି।
୩ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ଭଣ୍ଡୁର କରିବା ଲାଗି ଉଦ୍ୟମ ହେଉଛି ବୋଲି କୃଷକ ନେତା କୁଲଓ୍ବନ୍ତ ସିଂ ସାନ୍ଧୁ ଅଭିଯୋଗ କରିଛନ୍ତି। ଷଡ଼ଯନ୍ତ୍ର ଅନୁଯାୟୀ ଜାନୁୟାରୀ ୨୬ ଟ୍ରାକ୍ଟର ରାଲି ବେଳେ ଦିଲ୍ଲୀ ପୋଲିସ ଉପରକୁ ଗୁଳି କରାଯିବ। ଫଳରେ ପୋଲିସ ଆନ୍ଦୋଳନରତ ଚାଷୀଙ୍କ ଉପରେ ଜୋର୍‌ଦାର ଜବାବୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସାନ୍ଧୁ କହିଛନ୍ତି। ପଞ୍ଜାବ, ହରିୟାଣା ଓ ପଶ୍ଚିମ ଉତ୍ତରପ୍ରଦେଶର ହଜାର ହଜାର ଚାଷୀ କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନକୁ ବିରୋଧକରି ଗତବର୍ଷ ନଭେମ୍ବର ୨୮ରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇଛନ୍ତି। ସେମାନେ ୩ ଆଇନ ପ୍ରତ୍ୟାହାର ସହ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri