Posted inଜାତୀୟ

ଦିଲ୍ଲୀକୁ ଅନ୍ଧାର କରିବା ଲାଗି ଷଡ଼ଯନ୍ତ୍ର: ପାକିସ୍ତାନୀ ଟୁଇଟର ହ୍ୟାଣ୍ଡେଲ ୩୦୮ ଉପରେ କଡ଼ା ନଜର

ନୂଆଦିଲ୍ଲୀ, ୨୫।୧: ଜାନୁୟାରୀ ୨୬ ଅବସରରେ ରାଜଧାନୀ ଦିଲ୍ଲୀରେ ପାଓ୍ବାର କଟ୍‌ କରି ଅନ୍ଧାର କରିବା ଲାଗି ଖଲିସ୍ତାନ ସମର୍ଥନ ଶିଖ୍‌ ଫର୍‌ ଜଷ୍ଟିସ୍‌ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ଗୁପ୍ତ ସୂଚନା ପ୍ରଦାନ କରାଯାଇଛି। ଏନେଇ ବିଏସ୍‌ଇଏସ୍‌ ଏବଂ ଦିଲ୍ଲୀ ପୋଲିସକୁ ମଧ୍ୟ ଗୁପ୍ତ ସତର୍କ ସୂଚନା ମିଳିଥିବା କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ଡିସ୍କମ୍‌, ପାଓ୍ବାର ଗ୍ରୀଡ୍‌ ଏବଂ ପାଓ୍ବାର ସବ୍‌-ଷ୍ଟେଶନ ଆଦିର ସୁରକ୍ଷା ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ପୋଲିସ ପକ୍ଷରୁ ଶିଖ୍‌ ଫର୍‌ ଜଷ୍ଟିସ୍‌ ସଦସ୍ୟଙ୍କ ଗତିବିଧି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। କୃଷି ଆଇନକୁ ବିରୋଧ କରି ଅନ୍ନଦାତାଙ୍କ ପକ୍ଷରୁ ହେବାକୁ ଥିବା ଟ୍ରାକ୍ଟର ରାଲିରେ ଗଣ୍ଡଗୋଳ ସୃଷ୍ଟି ଲାଗି ଯୋଜନା କରାଯାଇଛି। ପାକିସ୍ତାନୀ ଟୁଇଟର ହ୍ୟାଣ୍ଡେଲ ୩୦୮ରେ ଭାରତ ବିରୋଧରେ ରାଲି ସମୟରେ ହିଂସାକାଣ୍ଡ ଘଟାଇବା ଲାଗ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଦିଲ୍ଲୀ ପୋଲିସର ସ୍ବତନ୍ତ୍ର କମିଶନର ଦୀପେନ୍ଦ୍ର ପାଠକ ସୂଚନା ଦେଇଛନ୍ତି। ଏହି ଟୁଇଟର ହ୍ୟାଣ୍ଡେଲ ସମ୍ପର୍କିତ ୧ ମିନିଟ୍‌ ୨୯ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପାକିସ୍ତାନୀ ଟୁଇଟର ହ୍ୟାଣ୍ଡେଲ ୩୦୮ ଉପରେ କଡ଼ା ନଜର ରଖାଯାଇଥିବା ଦିଲ୍ଲୀ ପୋଲିସର ସ୍ବତନ୍ତ୍ର କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?