‘ୟୁନିୟନକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ଚାଲିଛି’

ପାରାଦୀପ, ୩୧।୭ (ସ୍ବ.ପ୍ର.): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଟର୍ମିନାଲ ରାସ୍ତାରେ ୨୭ ତାରିଖ ସାରେ ପିପିଏଲ୍‌ ୱାର୍କର୍ସ ୟୁନିୟନ ସମ୍ପାଦକ ପ୍ରଫୁଲ୍ଲ ଖଟୁଆଙ୍କୁ ୨ ଜଣ ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ସେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା (ନଂ.୨୩୧/୨୨)ରୁଜୁ କରି ୨ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଉକ୍ତ ଅଭିଯୋଗରେ ଖଟୁଆ ପାରାଦୀପ ପୋର୍ଟ ଆଣ୍ଡ ଡକ୍‌ ମଜ୍‌ଦୁର ୟୁନିୟନ ନାମ ଦର୍ଶାଇବା ସହ କେତେଜଣ କର୍ମକର୍ତ୍ତାଙ୍କ ନାମ ଉଲ୍ଲେଖ କରିଛନ୍ତି। ଏହାକୁ ଶନିବାର ମଜ୍‌ଦୁର ୟୁନିୟନ ପକ୍ଷରୁ ଖଣ୍ଡନ କରାଯାଇଛି। ୟୁନିୟନ ସମ୍ପାଦକ ସନାତନ ବେହେରା ଲିଖିତ ଭାବେ ଦର୍ଶାଇଛନ୍ତି ଯେ, ଏହି ୟୁନିୟନ ପିପିଏଲ୍‌ରେ ୩୦ ବର୍ଷ ହେଲା ଶ୍ରମିକଙ୍କ ପାଇଁ କାମ କରୁଛି। ଆମ ନେତା ହେଲେ ଘନଶ୍ୟାମ ଜେନା। ୨୦୨୧ରେ ପିପିଏଲ୍‌ରେ ୧୫୦ ନୂତନ ଶ୍ରମିକ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆମ ୟୁନିୟନର ସଭ୍ୟ ହୋଇଛନ୍ତି। ଏପରି ବର୍ଦ୍ଧିତ ଲୋକପ୍ରିୟତା ଦେଖି ଅନ୍ୟ ୟୁନିୟନଗୁଡିକ ହତୋତ୍ସାହ ହୋଇ ଆକ୍ରମଣ ଘଟଣାରେ ଆମ ୟୁନିୟନ ନାମ ଯୋଡି ବଦ୍‌ନାମ କରିବାକୁ ଚେଷ୍ଟା କରୁଛନ୍ତି। ପ୍ରଶାସନ ଏହାର ନିରପେକ୍ଷ ତଦନ୍ତ କରି ସତ୍ୟାସତ୍ୟ ପ୍ରକାଶ କରୁ। ଏହି ଅଭିଯୋଗ ସମ୍ପର୍କରେ ଆହତ ଖଟୁଆ କହିଛନ୍ତି, ମୋତେ ଯେଉଁମାନେ ଆକ୍ରମଣ କରିଥିଲେ ସେମାନଙ୍କ ନାମ ଅଭିଯୋଗରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri