Posted inଜାତୀୟ

ତୃଣମୂଳ କଂଗ୍ରେସକୁ ବଦନାମ କରିବାକୁ ଚାଲିଛି ଷଡଯନ୍ତ୍ର: ମମତା

କୋଲକାତା,୧୪।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗ ବିରୋଧରେ ଏକ ଷଡଯନ୍ତ୍ର ରଚାଯାଇ ତୃଣମୂଳ କଂଗ୍ରେସକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି। କିଛି ଲୋକ ବେଙ୍ଗଲରେ ବସି ଖାଉଛନ୍ତି ଏବଂ ଷଡଯନ୍ତ୍ର କରୁଛନ୍ତି ଏବଂ ପଶ୍ଚିମବଙ୍ଗକୁ ଟଙ୍କା ନ ଦେବାକୁ ଦିଲ୍ଲୀରେ ଯାଇ କହୁଛନ୍ତି। ମୁଁ ଦିଲ୍ଲୀର ଟଙ୍କା ଚାହୁଁ ନାହିଁ। ବଙ୍ଗଳା ନିଜ ପାଦରେ ଠିଆ ହେବାକୁ ସକ୍ଷମ । ଆମର ଆତ୍ମ ସମ୍ମାନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ, ଆମେ ଏହାକୁ ଛଡ଼େଇ ନେବାକୁ ଦେବୁ ନାହିଁ।
ଦୁର୍ନୀତି ଅଭିଯୋଗରେ ଟିଏମସି ନେତାମାନେ ଗିରଫ ହେବା ଘଟଣାକୁ ନେଇ ମମତା କହିଛନ୍ତି, ରାଜ୍ୟ ବିରୋଧରେ ଦୁର୍ଭାଗ୍ୟପୂର୍ଣ୍ଣ ଅଭିଯାନ ଚାଲିଛି। ଯଦି କୌଣସି ବ୍ୟକ୍ତି ଭୁଲ କରିଛନ୍ତି, ତେବେ ତାଙ୍କୁ ସେହି ଭୁଲଗୁଡ଼ିକୁ ସଂଶୋଧନ କରିବାର ସୁଯୋଗ ଦିଆଯିବା ଉଚିତ। ଯଦି କୌଣସି ଭୁଲରେ କେହି ଜଡିତ ଅଛନ୍ତି, ତେବେ ଆଇନ ନିଜ କାମ କରିବ। କିନ୍ତୁ ଏଠାରେ ମିଡିଆ ଟ୍ରାଏଲ ଚାଲିଛି।
ନିକଟରେ ମମତା ଆସନ୍ତା ଡିସେମ୍ବର ମାସରେ ରାଜ୍ୟରେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି କରିବାର ସମ୍ଭାବନା ସମ୍ପର୍କରେ ଅଧିକାରୀମାନଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri