‘ପ୍ରଧାନ ଶିକ୍ଷକଙ୍କୁ ବିଜେଡି ସପକ୍ଷରେ କାମ କରିବାକୁ ଷଡ଼ଯନ୍ତ୍ର’

ଭୁବନେଶ୍ୱର,୧୩।୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଲଜ୍ଜାର ସବୁ ସୀମା ଅତିକ୍ରମ କରିଗଲେଣି।  ସ୍ବଚ୍ଛ ଏବଂ ନିରପେକ୍ଷ ନିର୍ବାଚନ ପାଇଁ ଜାତୀୟ ନିର୍ବାଚନ କମିଶନ ୮ ଜଣ ଅଫିସରଙ୍କୁ ବଦଳିକଲେ। ସମସ୍ତ ସରକାରୀ ପୋର୍ଟାଲରୁ ୫-ଟିର ଉଲ୍ଲେଖକୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ପରେ ରାଜ୍ୟ ସକରାର ବାଧ୍ୟହୋଇ ତାହା ହଟାଇଥିଲେ। ଏହାସତ୍ତ୍ୱେ ପ୍ରଶାସନର ଚେତା ପଶିଲା ନାହିଁ। ଗତ ୧୦ ତାରିଖରେ ପ୍ରଶାସନ ଏକ ଚିଠି ଲେଖିଛି। ଏହି ଚିଠିରେ ୯୩ଟି ବ୍ଲକ୍‌ର ଯେତେସବୁ ମୋ ସ୍କୁଲର ୫-ଟିରେ ରୂପାନ୍ତରୀକରଣ ହୋଇଛି ସେ ସ୍କୁଲଗୁଡ଼ିକର ତର୍ଜମା ପାଇଁ ୯୩ ଜଣ ବ୍ୟକ୍ତି ବିଶେଷଙ୍କୁ ନିଯୁକ୍ତି କରାଯାଇଛି। ଆଶ୍ଚର୍ଯ୍ୟର ବିଷୟ ଏମାନଙ୍କ ମଧ୍ୟରେ ଅଧିକାଂଶ ସ୍ବେଚ୍ଛାସେବୀ ବା ପରାମର୍ଶଦାତା ବୋଲି ଉଲ୍ଲେଖ ଅଛି। କିନ୍ତୁ ବାସ୍ତବରେ ବିଜେଡିର କେତେଜଣ ସ୍ଥାନୀୟ କର୍ମୀ ତର୍ଜମା ଆଳରେ ପ୍ରଧାନ ଶିକ୍ଷକମାନଙ୍କୁ ବିଜେଡି ସପକ୍ଷରେ କାମ କରିବାକୁ ଚାପ ପକାଇବା ପାଇଁ ଏହା ଏକ ହୀନ ଷଡ଼ଯନ୍ତ୍ର ବୋଲି ଭାଜପା ଅଭିଯୋଗ କରିଛି। ଏହି ଅଭିଯୋଗ ନେଇ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଶୁକ୍ରବାର ଫେରାଦ ହୋଇଛି। ଏହି ପ୍ରତିନିଧି ଦଳ ଅଭିଯୋଗ କରିଛି ଯେ, ବିଜେଡି ନିର୍ବାଚନ ବୈତରଣୀ ପାରହେବା ପାଇଁ ସବୁ ସୀମା ଉଲ୍ଲଂଘନ କରୁଛି। ଉଦାହରଣ ସ୍ବରୂପ, ସୁନ୍ଦରଗଡ଼ ଏସ୍‌ଡିପିଓ ହିଂମାଶୁ ଭୂଷଣ ବେହେରା ଏବଂ ଭଷ୍ମା ଥାନାର ଭାରପ୍ରାପ୍ତ ଅଧିକାରୀ ରାମପ୍ରସାଦ ନାଗ ବିଜେଡିର ସାଧାରଣ କର୍ମୀଙ୍କଠାରୁ ଅଧିକ ଉତ୍ସାହିତ ହୋଇ ନିର୍ବାଚନରେ ଦଳୀୟ କାର୍ଯ୍ୟ କରୁଛନ୍ତି। ଏହି ୨ ଜଣ ନିର୍ବାଚନମଣ୍ଡଳୀର ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ଧମକ ଦେଉଛନ୍ତି। ଏହାଦ୍ୱାରା ସରକାରୀ କର୍ମଚାରୀଙ୍କ ନିରପେକ୍ଷତା ଉପରେ ପ୍ରଶ୍ନ ଉଠୁଛି। ସେମାନଙ୍କ ବିରୋଧରେ ଭାରତୀୟ ପିଙ୍ଗଳ କୋଡ୍‌ର ୧୭୧(ସି)ରେ ମକଦ୍ଦମା ରୁଜୁ କରାଯାଉ ବୋଲି ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri