‘ପ୍ରଧାନ ଶିକ୍ଷକଙ୍କୁ ବିଜେଡି ସପକ୍ଷରେ କାମ କରିବାକୁ ଷଡ଼ଯନ୍ତ୍ର’

ଭୁବନେଶ୍ୱର,୧୩।୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଲଜ୍ଜାର ସବୁ ସୀମା ଅତିକ୍ରମ କରିଗଲେଣି।  ସ୍ବଚ୍ଛ ଏବଂ ନିରପେକ୍ଷ ନିର୍ବାଚନ ପାଇଁ ଜାତୀୟ ନିର୍ବାଚନ କମିଶନ ୮ ଜଣ ଅଫିସରଙ୍କୁ ବଦଳିକଲେ। ସମସ୍ତ ସରକାରୀ ପୋର୍ଟାଲରୁ ୫-ଟିର ଉଲ୍ଲେଖକୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ପରେ ରାଜ୍ୟ ସକରାର ବାଧ୍ୟହୋଇ ତାହା ହଟାଇଥିଲେ। ଏହାସତ୍ତ୍ୱେ ପ୍ରଶାସନର ଚେତା ପଶିଲା ନାହିଁ। ଗତ ୧୦ ତାରିଖରେ ପ୍ରଶାସନ ଏକ ଚିଠି ଲେଖିଛି। ଏହି ଚିଠିରେ ୯୩ଟି ବ୍ଲକ୍‌ର ଯେତେସବୁ ମୋ ସ୍କୁଲର ୫-ଟିରେ ରୂପାନ୍ତରୀକରଣ ହୋଇଛି ସେ ସ୍କୁଲଗୁଡ଼ିକର ତର୍ଜମା ପାଇଁ ୯୩ ଜଣ ବ୍ୟକ୍ତି ବିଶେଷଙ୍କୁ ନିଯୁକ୍ତି କରାଯାଇଛି। ଆଶ୍ଚର୍ଯ୍ୟର ବିଷୟ ଏମାନଙ୍କ ମଧ୍ୟରେ ଅଧିକାଂଶ ସ୍ବେଚ୍ଛାସେବୀ ବା ପରାମର୍ଶଦାତା ବୋଲି ଉଲ୍ଲେଖ ଅଛି। କିନ୍ତୁ ବାସ୍ତବରେ ବିଜେଡିର କେତେଜଣ ସ୍ଥାନୀୟ କର୍ମୀ ତର୍ଜମା ଆଳରେ ପ୍ରଧାନ ଶିକ୍ଷକମାନଙ୍କୁ ବିଜେଡି ସପକ୍ଷରେ କାମ କରିବାକୁ ଚାପ ପକାଇବା ପାଇଁ ଏହା ଏକ ହୀନ ଷଡ଼ଯନ୍ତ୍ର ବୋଲି ଭାଜପା ଅଭିଯୋଗ କରିଛି। ଏହି ଅଭିଯୋଗ ନେଇ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଶୁକ୍ରବାର ଫେରାଦ ହୋଇଛି। ଏହି ପ୍ରତିନିଧି ଦଳ ଅଭିଯୋଗ କରିଛି ଯେ, ବିଜେଡି ନିର୍ବାଚନ ବୈତରଣୀ ପାରହେବା ପାଇଁ ସବୁ ସୀମା ଉଲ୍ଲଂଘନ କରୁଛି। ଉଦାହରଣ ସ୍ବରୂପ, ସୁନ୍ଦରଗଡ଼ ଏସ୍‌ଡିପିଓ ହିଂମାଶୁ ଭୂଷଣ ବେହେରା ଏବଂ ଭଷ୍ମା ଥାନାର ଭାରପ୍ରାପ୍ତ ଅଧିକାରୀ ରାମପ୍ରସାଦ ନାଗ ବିଜେଡିର ସାଧାରଣ କର୍ମୀଙ୍କଠାରୁ ଅଧିକ ଉତ୍ସାହିତ ହୋଇ ନିର୍ବାଚନରେ ଦଳୀୟ କାର୍ଯ୍ୟ କରୁଛନ୍ତି। ଏହି ୨ ଜଣ ନିର୍ବାଚନମଣ୍ଡଳୀର ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ଧମକ ଦେଉଛନ୍ତି। ଏହାଦ୍ୱାରା ସରକାରୀ କର୍ମଚାରୀଙ୍କ ନିରପେକ୍ଷତା ଉପରେ ପ୍ରଶ୍ନ ଉଠୁଛି। ସେମାନଙ୍କ ବିରୋଧରେ ଭାରତୀୟ ପିଙ୍ଗଳ କୋଡ୍‌ର ୧୭୧(ସି)ରେ ମକଦ୍ଦମା ରୁଜୁ କରାଯାଉ ବୋଲି ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri