Posted inଜାତୀୟ

‘କେଜ୍‌ରିୱାଲଙ୍କୁ ହତ୍ୟା କରିବାକୁ ଚାହୁଁଛି ଭାଜପା’

ନୂଆଦିଲ୍ଲୀ,୩୦।୩: ଆମ ଆଦମୀ ପାର୍ଟିର ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଘର ସାମ୍ନାରେ ବୁଧବାର ଭାଜପା କର୍ମୀମାନେ ଜୋରଦାର ବିକ୍ଷୋଭ କରିଛନ୍ତି। ଭାଜପା କର୍ମୀମାନେ କେଜ୍‌ରିୱାଲଙ୍କ ଘରର ଗେଟ ସମ୍ମୁଖରେ ଭଙ୍ଗାରୁଜା ମଧ୍ୟ କରିଛନ୍ତି। ଏହି ଘଟଣାକୁ ନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଭାଜପା ଉପରେ ବର୍ଷିଛନ୍ତି।
ସିସୋଦିଆ କହିଛନ୍ତି, ଭାଜପା ପୋଲିସ ସହ ମିଶି କେଜ୍‌ରିୱାଲଙ୍କୁ ହତ୍ୟା କରିବାକୁ ଚାହୁଁଛି। ପୋଲିସର ଉପସ୍ଥିତିରେ ଭାଜପା ଗୁଣ୍ଡାମାନେ କେଜ୍‌ରିୱାଲଙ୍କ ଘରେ ପହଞ୍ଚି ସେଠାରେ ଥିବା ସିସିଟିଭି କ୍ୟାମେରା, ସୁରକ୍ଷା ପ୍ରତିବନ୍ଧକକୁ ଭାଙ୍ଗି ଦେଇଛନ୍ତି। ଏକ ସୁଚିନ୍ତିତ ଷଡଯନ୍ତ୍ରରେ କେଜ୍‌ରିୱାଲଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ହଟାଇବାକୁ ଭାଜପା ଚେଷ୍ଟା କରୁଛି। ପୋଲିସ ଜାଣିଶୁଣି ଭାଜପା ଗୁଣ୍ଡାକୁ ନେଇଛି। ପଞ୍ଜାବରେ ପରାଜୟ ହେତୁ ଏସବୁ କରାଯାଇଛି। ଯଦି ନିର୍ବାଚନରେ ଭାଜପା କେଜ୍‌ରିୱାଲଙ୍କୁ ପରାସ୍ତ କରିବାରେ ସକ୍ଷମ ହେଉ ନାହିଁ, ତେବେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଭାଜପା ବିଧାୟକମାନେ କଶ୍ମୀର ଫାଇଲ୍ସ ଫିଲ୍ମକୁ ଟିକସ ମୁକ୍ତ କରିବାକୁ ଦାବି କରିଥିଲେ। ଏହାର ଜବାବରେ କେଜ୍‌ରିୱାଲ ଦିଲ୍ଲୀ ବିଧାନସଭାରେ ଭାଜପାକୁ ତାଚ୍ଛଲ୍ୟ କରି ୟୁଟ୍ୟୁବରେ ଫିଲ୍ମକୁ ରିଲିଜ କଲେ ସମସ୍ତେ ମାଗଣା ଦେଖିପାରିବେ। ତେଣୁ ଟିକସ ମୁକ୍ତର କୌଣସି ଆବଶ୍ୟକ ନ ଥିବା ସେ କହିଥିଲେ। କେଜ୍‌ରିଓ୍ବାଲଙ୍କ ଏପରି ମନ୍ତବ୍ୟକୁ ନେଇ ରାଜନୀତି ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri